ଷ୍ଟ୍ରେଚର କାର୍ଯ୍ୟ କରିବ ବ୍ୟାଟେରିଚାଳିତ ଗାଡ଼ି

ବ୍ରହ୍ମପୁର ଅଫିସ,୧୫ା୩ – ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜରେ ଏଣିକି ବ୍ୟାଟେରିଚାଳିତ ଗାଡିରେ ୱାର୍ଡକୁ ଯିବେ ଗୁରୁତର ରୋଗୀ। କାଜୁଆଲିଟିରୁ ବିଭିନ୍ନ ୱାର୍ଡକୁ ଗୁରୁତର ରୋଗୀଙ୍କୁ ନେବା ଆଣିବା କରିବାରେ ଏହି ବ୍ୟାଟେରିଚାଳିତ ଗାଡି ଷ୍ଟ୍ରେଚରର କାର୍ଯ୍ୟ କରିବ । ଏମକେସିଜି ପକ୍ଷରୁ ପିପିପି ମୋଡରେ ପରିଚାଳିତ ହେବାକୁ ଥିବା ଏହି ବ୍ୟାଟେରିଚାଳିତ ଗାଡି ଶନିବାର ଶୁଭାରମ୍ଭ ହୋଇଛି । ପ୍ରଥମ ପର୍ଯ୍ୟାୟରେ ଦୁଇଟି ବ୍ୟାଟେରୀ ଚାଳିତ ଗାଡି କାଜୁଆଲିଟିରୁ ଗୁରୁତର ରୋଗୀଙ୍କୁ ବିଭିନ୍ନ ୱାର୍ଡକୁ ନେବା ଆଣିବା କାର୍ଯ୍ୟ ଆରମ୍ଭ କରିଛି ା ଏମକେସିଜି ମେଡିକାଲ କଲେଜର ଡିନ୍‌ ତଥା ଅଧ୍ୟକ୍ଷା ପ୍ରଫେସର ଡା. ଦିପ୍ତିମୟୀ ତ୍ରିପାଠୀ କାଜୁଆଲଟି ପରିସରରୁ ଏହି ବ୍ୟାଟେରିଚାଳିତ ଗାଡିର ଶୁଭାରମ୍ଭ କରିଛନ୍ତି ା ପୂର୍ବରୁ ଷ୍ଟ୍ରେଚର ଦ୍ୱାରା ଗୁରୁତର ରୋଗୀଙ୍କୁ କାଜୁଆଲଟିରୁ ବିଭିନ୍ନ ୱାର୍ଡକୁ ତଥା ପରୀକ୍ଷା ନିରୀକ୍ଷା ପାଇଁ ମେଡିକାଲ ପରିସରରେ ଥିବା ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ନିଆଯାଉଥିଲା। ଗୁରୁତର ଅବସ୍ଥାରେ ରୋଗୀଙ୍କୁ ସ୍ଥାନାନ୍ତର ବେଳେ ରୋଗୀଙ୍କୁ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଥିଲା। ତେବେ ଏହି ବ୍ୟାଟେରି ଚାଳିତ ଗାଡି ଦ୍ୱାରା ବର୍ତ୍ତମାନ ରୋଗୀ ବହୁତ ଉପକୃତ ହେବେ ବୋଲି ମେଡିକାଲ ପକ୍ଷରୁ କୁହାଯାଇଛି ା କାର୍ଯ୍ୟକ୍ରମରେ ମେଡିକାଲ ସୁପରିଟେଣ୍ଡେଣ୍ଟ ପ୍ରଫେସର ଡା. ସନ୍ତୋଷ କୁମାର ମିଶ୍ର, ପ୍ର୍ରଶାସନିକ ଅଧିକାରୀ ସଚ୍ଚିଦାନନ୍ଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri