ସଂକଳ୍ପ ପରିବାର ସହିତ ସାମିଲ ହେଲା ପୋଲିସ

ବରଗଡ଼ ଅଫିସ୍‌,୨୪।୪: ଲକ୍‌ ଡାଉନ୍‌ କଟକଣା ଲାଗୁ ହେବା ଦିନଠାରୁ ବରଗଡ଼ ବ୍ଲକ ବରଡ଼ୋଲର ସ୍ବେଚ୍ଛାସେବୀ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଅମୃତ ଆହାର, ଭୋକିଲା ପେଟକୁ ମୁଠାଏ ଅନ୍ନ ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିଯାନରେ ଏଠାରେ ରହିଥିବା ପ୍ରବାସୀ ଶ୍ରମିକ, ଅସହାୟ ତଥା ସେମାନଙ୍କ ପରିବାର ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି । ସଂକଳ୍ପ ପରିବାରର ଏହି ଅଭିଯାନ ୩୦ଦିନରେ ପହଞ୍ଚିଛି । ଶୁକ୍ରବାର ଏହି ଅଭିଯାନରେ ବରଗଡ଼ ଟାଉନ ଥାନା ପୋଲିସ, ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ସାମିଲ ହୋଇଛି। ସଂକଳ୍ପ ପରିବାରର ସଭାପତି ରୋହିତ ଜୟସ୍ବାଲ, ସଂଯୋଜକ ବିକାଶ ଅଗ୍ରୱାଲ ତତ୍ତ୍ବାବଧାନରେ ଚାଲିଥିବା ଏହି ଅଭିଯାନରେ ସ୍ଥାନୀୟ ଘରୋଇ ବସଷ୍ଟାଣ୍ଡରେ ବରଗଡ଼ ଟାଉନ ଥାନାର ଏସ୍‌ଆଇ ଏସ.କେ ବଳିୟାର ସିଂ, ଏସ୍‌ଆଇ ସନୟ କୁମାର ନାଏକ ଏବଂ ଅନ୍ୟ ପୋଲିସ କର୍ମଚାରୀମାନେ ଉପସ୍ଥିତ ରହି ରନ୍ଧାଖାଦ୍ୟ ବିତରଣ କରିଥିଲେ । ସେହିପରି ବରଗଡ଼ ସିମେଣ୍ଟ ନଗରରେ ସ୍ଥାନୀୟ ବିଧାୟକ ଦେବେଶ ଆଚାର୍ଯ୍ୟ ଉପସ୍ଥିତ ରହିଥିଲେ । ପଶ୍ଚିମ ଓଡ଼ିଶା ଯୁବାମଞ୍ଚର ସଭାପତି ଅଜିତ୍‌ ପତି, ସୋହେଲାର କୋଶଲ ସଂଗ୍ରାମୀ ଆକାଶ ପଣ୍ଡା ପ୍ରମୁଖ ଯୋଗଦେଇ ସହଯୋଗ କରିଥିଲେ । ସଂକଳ୍ପ ପରିବାରର ସମସ୍ତ କର୍ମକର୍ତ୍ତା, ସଭ୍ୟବୃନ୍ଦ ନିଜ ମଧ୍ୟରେ ପାଣ୍ଠି ସଂଗ୍ରହ କରି ଏଭଳି ସେବା ଯୋଗାଇ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri