ସଂକ୍ରମଣ ଭୟ ନାହିଁ, କାମରେ ବ୍ୟସ୍ତ ପୌର କର୍ମଚାରୀ

ଖୋର୍ଦ୍ଧା ଅଫିସ,୬ା୪: ସାରା ବିଶ୍ୱ ଏବେ କରୋନା ଆତଙ୍କରେ କବଳିତ। କୋଭିଡ-୧୯ ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକଡାଉନ ବଳବତ୍ତର ରହିଛି। ରାଜ୍ୟରେ ସଂକ୍ରମିତ ସଂଖ୍ୟା ବଢ଼ୁଥିବା ଦେଖି ସରକାରଙ୍କ ପକ୍ଷରୁ ସତର୍କତମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ ଦେଇ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ସକାଳ ପରିବା ବଜାର ଗହଳିକୁ ବାଦ ଦେଲେ ଅନ୍ୟ ସମୟରେ ରାସ୍ତାଘାଟ ସମ୍ପୂର୍ଣ୍ଣ ଖାଁ ଖାଁ। ସଂକ୍ରମଣକୁ ନେଇ ଚାରିଆଡ଼େ ଲୋକଙ୍କ ମନରେ ଭୟର ବାତାବରଣ ରହିଛି। ଏହି ସମୟରେ ପୌର ପରିଷଦ ଅଧୀନ ସଫେଇ କର୍ମଚାରୀମାନେ ନିଜ କର୍ତ୍ତବ୍ୟରେ ଟିକେ ବି ଅବହେଳା ନ କରି ଦିନରାତି ନିଜ କାର୍ଯ୍ୟ କରିଚାଲିଛନ୍ତି। ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ କୁହନ୍ତି, କରୋନା ମୁକାବିଲା ଲାଗି ୧୭୪ ଜଣ କର୍ମଚାରୀ ନିୟୋଜିତ ଅଛନ୍ତି। ସକାଳ ସମୟରେ ସାହି ଗଳିକନ୍ଦି ଅଳିଆ ଉଠାଇବା, ଜନଗହଳି ସ୍ଥାନରେ ବ୍ଳିଚିଂ, ଅସ୍ଥାୟୀ ପରିବା ହାଟରେ ପରିମଳ, ସହରର ସ୍ବଚ୍ଛତା, ଅସହାୟ, ଗରିବ, ନିରାଶ୍ରୟଙ୍କୁ ଖାଦ୍ୟ ପ୍ରଦାନ, ସହରକୁ ସାନିଟାଇଜର, ସନ୍ଧ୍ୟାରେ ମେଶିନ ଦ୍ୱାରା ଧୂଆଁ ସ୍ପ୍ରେ ଆଦି କାର୍ଯ୍ୟରେ ଲାଗିଛନ୍ତି। କରୋନା ଭୂତାଣୁ ନେଇ ସାରା ବିଶ୍ୱରେ ଏକ ଘଡ଼ି ସନ୍ଧି ମୂହୁର୍ତ୍ତ ଦେଇ ଗତି କରୁଛି। କୌଣସି କାମ ନ ଥିଲେ ଘରେ ରହିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି। ଜନସାଧାରଣ ଘରେ ପରିବାର ସହ ସମୟ ବିତାଉଥିବାବେଳେ ଅନ୍ୟପଟେ ପୌର କର୍ମଚାରୀମାନେ ନିଜ କାର୍ଯ୍ୟରେ ବ୍ୟସ୍ତ ରହୁଥିବା ଦେଖିବାକୁ ମିଳିଛି। ଏ ନେଇ ଜଣେ ମହିଳା କର୍ମଚାରୀ କୁହନ୍ତି ବର୍ତ୍ତମାନ ସାରା ବିଶ୍ୱ କୋଭିଡ-୧୯ ଭୂତାଣୁ ଆତଙ୍କରେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଏଣୁ ଆମକୁ କାମ କରିବାକୁ ପଡ଼ିବ। ପୂର୍ବରୁ ଫାଇଲିନରେ କାମ କରୁଥିଲୁ। ଏବେ ଏହି କାମରେ ଲାଗିଥିବାରୁ ମୁ ନିଜକୁ ଗର୍ବ ଅନୁଭବ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଲଗ୍ନ ହୋଇ ରାସ୍ତାରେ ଦୌଡ଼ିଲେ ଯୁବକ: ଭିଡିଓ ଭାଇରାଲ ପରେ ଅଞ୍ଚଳରେ ଚାଞ୍ଚଲ୍ୟ

ନାଗୌର,୧୭।୭: ରାଜସ୍ଥାନର ନାଗୌର ଜିଲାରେ ଜଣେ ଯୁବକ ଉଲଗ୍ନ ଅବସ୍ଥାରେ ରାସ୍ତାରେ ଦୌଡ଼ୁଥିବାର ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହି ଘଟଣାକୁ…

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ…

ବିଗୁଡୁଛି ସ୍ବାସ୍ଥ୍ୟବସ୍ଥା, ହେଲେ ଜିଦ୍‌ରେ ଅଟଳ ସୋନମ; ଡାକ୍ତର ଦେଲେ ଏଭଳି ଚେତାବନୀ

ନୂଆଦିଲ୍ଲୀ,୧୭।୭: ବିଶିଷ୍ଟ ପରିବେଶବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଦିଲ୍ଲୀର ଯନ୍ତର-ମନ୍ତରଠାରେ ତାଙ୍କର ଆମରଣ ଅନଶନ ଆଜି ୨୦…

କେସିଙ୍ଗାରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ସମ୍ପନ୍ନ: ସହାୟତା କଲେ ବିଧାୟକ

କେସିଙ୍ଗା,୧୭।୭(ତୁମେଶ୍ୱର ସାହୁ): ତୁହାକୁ ତୁହା ବର୍ଷା ସତ୍ତ୍ୱେ କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ପରିବାରରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ…

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri