ସଂକ୍ରମଣ ରୋକିବାକୁ ଏନ୍‌ଟିପିସିର ସତର୍କତା

ତାଳଚେର, ୨୯।୩(ନି.ପ୍ର.) – କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା କଣିହଁାସ୍ଥିତ ଏନ୍‌ଟିପିସି ପକ୍ଷରୁ ଓଡ଼ିଶା ତଥା ଦେଶର ଅନ୍ୟ ରାଜ୍ୟକୁ ନିରବଚ୍ଛିନ୍ନ ବିଜୁଳି ଯୋଗାଣ ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଥିପାଇଁ ପ୍ଲାଣ୍ଟର ସିଜିଏମ୍‌ଙ୍କ ନେତୃତ୍ୱରେ ଏକ ଟାସ୍କଫୋର୍ସ ଗଠନ କରାଯାଇଛି। ସରକାରଙ୍କ ଦ୍ୱାରା ଜାରି ସ୍ବାସ୍ଥ୍ୟଗତ ମାର୍ଗଦର୍ଶିକାଗୁଡ଼ିକୁ ଯୁଦ୍ଧକାଳୀନ ଭିତିରେ ପାଳନ କରିବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ସାମାଜିକ ଦୂରତ୍ୱ ବଜାୟ ରଖିବା, କାର୍ଯ୍ୟାଳୟରେ ମାନବ ସମ୍ବଳ ହ୍ରାସ, ଅତି ଆବଶ୍ୟକ ନ ଥିବା ବିଭାଗୀୟ କର୍ମଚାରୀଙ୍କୁ ଘରେ ରହି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ସେହିପରି ସ୍ଥାନୀୟ ଟାଉନଶିପ୍‌ ଅଞ୍ଚଳର ଦୋକାନ, ବଜାରରେ ଉପଭୋକ୍ତାଙ୍କ ମଧ୍ୟରେ ୧ ମିଟର ଦୂରତା ବଜାୟ ରଖିବା ନିମନ୍ତେ ରେଖାଙ୍କିତ ସ୍ଥାନ ମଧ୍ୟରେ ଠିଆ ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ସଂକ୍ରମଣରୁ ବର୍ତ୍ତିବା ପାଇଁ କ’ଣ କରାଯିବା ଉଚିତ ସେ ନେଇ କର୍ମଚାରୀ ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ ବିଭିନ୍ନ ଉପାୟରେ ସଚେତନ କରାଯାଉଛି। ସମସ୍ତ କର୍ମଚାରୀ, ଠିକା ଶ୍ରମିକ ଏବଂ ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କୁ ମାସ୍କ ବଣ୍ଟନ କରାଯାଇଛି। ସମସ୍ତଙ୍କୁ ବାରମ୍ବାର ହାତ ଧୋଇବା ସହ ପରିଷ୍କାର ପରିଚ୍ଛନ୍ନତା ବଜାୟ ରଖିବାକୁ ପ୍ରୋତ୍ସାହିତ କରାଯାଉଛି। ମୁଖ୍ୟ ଫାଟକରେ କର୍ମଚାରୀ ଏବଂ ଠିକା ଶ୍ରମିକଙ୍କ ଥର୍ମାଲ ସ୍କାନିଂ କରାଯାଉଛି। ଏନ୍‌ଟିପିସି ହସ୍ପିଟାଲରେ ଆଇସୋଲେଶନ୍‌ ଓ ଓପିଡି ୱାର୍ଡ ଖୋଲାଯାଇ ସମସ୍ତ ଅତ୍ୟାବଶ୍ୟକ ଚିକିତ୍ସାସେବା ଉପଲବ୍ଧ କରାଯାଉଛି ବୋଲି ଜନସମ୍ପର୍କ ଅଧିକାରୀ ଅମିତ କୁମାର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri