ସଂକ୍ରମଣ ରୋକିବାକୁ ଏନ୍‌ଟିପିସିର ସତର୍କତା

ତାଳଚେର, ୨୯।୩(ନି.ପ୍ର.) – କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା କଣିହଁାସ୍ଥିତ ଏନ୍‌ଟିପିସି ପକ୍ଷରୁ ଓଡ଼ିଶା ତଥା ଦେଶର ଅନ୍ୟ ରାଜ୍ୟକୁ ନିରବଚ୍ଛିନ୍ନ ବିଜୁଳି ଯୋଗାଣ ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଥିପାଇଁ ପ୍ଲାଣ୍ଟର ସିଜିଏମ୍‌ଙ୍କ ନେତୃତ୍ୱରେ ଏକ ଟାସ୍କଫୋର୍ସ ଗଠନ କରାଯାଇଛି। ସରକାରଙ୍କ ଦ୍ୱାରା ଜାରି ସ୍ବାସ୍ଥ୍ୟଗତ ମାର୍ଗଦର୍ଶିକାଗୁଡ଼ିକୁ ଯୁଦ୍ଧକାଳୀନ ଭିତିରେ ପାଳନ କରିବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ସାମାଜିକ ଦୂରତ୍ୱ ବଜାୟ ରଖିବା, କାର୍ଯ୍ୟାଳୟରେ ମାନବ ସମ୍ବଳ ହ୍ରାସ, ଅତି ଆବଶ୍ୟକ ନ ଥିବା ବିଭାଗୀୟ କର୍ମଚାରୀଙ୍କୁ ଘରେ ରହି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ସେହିପରି ସ୍ଥାନୀୟ ଟାଉନଶିପ୍‌ ଅଞ୍ଚଳର ଦୋକାନ, ବଜାରରେ ଉପଭୋକ୍ତାଙ୍କ ମଧ୍ୟରେ ୧ ମିଟର ଦୂରତା ବଜାୟ ରଖିବା ନିମନ୍ତେ ରେଖାଙ୍କିତ ସ୍ଥାନ ମଧ୍ୟରେ ଠିଆ ହେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ସଂକ୍ରମଣରୁ ବର୍ତ୍ତିବା ପାଇଁ କ’ଣ କରାଯିବା ଉଚିତ ସେ ନେଇ କର୍ମଚାରୀ ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ ବିଭିନ୍ନ ଉପାୟରେ ସଚେତନ କରାଯାଉଛି। ସମସ୍ତ କର୍ମଚାରୀ, ଠିକା ଶ୍ରମିକ ଏବଂ ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କୁ ମାସ୍କ ବଣ୍ଟନ କରାଯାଇଛି। ସମସ୍ତଙ୍କୁ ବାରମ୍ବାର ହାତ ଧୋଇବା ସହ ପରିଷ୍କାର ପରିଚ୍ଛନ୍ନତା ବଜାୟ ରଖିବାକୁ ପ୍ରୋତ୍ସାହିତ କରାଯାଉଛି। ମୁଖ୍ୟ ଫାଟକରେ କର୍ମଚାରୀ ଏବଂ ଠିକା ଶ୍ରମିକଙ୍କ ଥର୍ମାଲ ସ୍କାନିଂ କରାଯାଉଛି। ଏନ୍‌ଟିପିସି ହସ୍ପିଟାଲରେ ଆଇସୋଲେଶନ୍‌ ଓ ଓପିଡି ୱାର୍ଡ ଖୋଲାଯାଇ ସମସ୍ତ ଅତ୍ୟାବଶ୍ୟକ ଚିକିତ୍ସାସେବା ଉପଲବ୍ଧ କରାଯାଉଛି ବୋଲି ଜନସମ୍ପର୍କ ଅଧିକାରୀ ଅମିତ କୁମାର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri