ସଂକ୍ରମଣ ରୋକିବାକୁ କଠୋର ହେଲା ପ୍ରଶାସନ: ଶନି, ରବି ଢେଙ୍କାନାଳ ଶଟଡାଉନ୍‌

ଢେଙ୍କାନାଳ ଅଫିସ, ୨।୭-ଢେଙ୍କାନାଳ ଜିଲାରେ କରୋନା ସଂକ୍ରମଣ ଏଡ଼ାଇବାକୁ ସପ୍ତାହନ୍ତ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦେଲେ ଏଣିକି ଶନି ଏବଂ ରବି ଦୁଇଦିନ ସମ୍ପୂର୍ଣ୍ଣ ବନ୍ଦ ରହିବ। ଜୁଲାଇ ୩୧ ଯାଏ ଏହି କଟକଣା ବଳବତ୍ତର ରହିବ। ଜୁଲାଇରେ କରୋନା ସଂକ୍ରମଣ ଶୀର୍ଷକୁ ଛୁଇଁବ ବୋଲି ଆଶଙ୍କା କରାଯାଉଛି। ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ଏପରି କଠୋର ପଦକ୍ଷେପ ନିଆଯାଇଥିବା ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ସୂଚନା ଦେଇଛନ୍ତି।
ସଂକ୍ରମଣ ବଢୁଥିବାରୁ ଢେଙ୍କାନାଳ ସୀମାନ୍ତ ଜିଲାଗୁଡ଼ିକୁ ହଟ୍‌ସ୍ପଟ୍‌ ଘୋଷଣା କରାଯାଇଛି। ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ ହେଉଥିବାରୁ ସମ୍ପୃକ୍ତ ଜିଲାରେ ରହି କାମ କରୁଥିବା ଅନେକ କର୍ମଜୀବୀ ଢେଙ୍କାନାଳ ପଳାଇ ଆସୁଛନ୍ତି। ଏହା ଗୋଷ୍ଠୀ ସଂକ୍ରମଣକୁ ନିମନ୍ତ୍ରଣ କରୁଛି। ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦ରେ ପହଞ୍ଚତ୍ଲାଣି। ସଂକ୍ରମଣ ବଢୁଥିବାରୁ ଏପରି ନିଷ୍ପତ୍ତି ନିଆଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶଟ୍‌ଡାଉନ ସମୟରେ ସ୍ବାସ୍ଥ୍ୟସେବା ଅନୁଷ୍ଠାନ, ଔଷଧ ଦୋକାନ ଭଳି ଅତ୍ୟାବଶ୍ୟକ ସେବା ବଳବତ୍ତର ରହିବ। ଜିଲା କାର୍ଯ୍ୟାଳୟ, ପୌରସଂସ୍ଥା କାର୍ଯ୍ୟାଳୟ, ଜିଲା ପୋଲିସ କାର୍ଯ୍ୟାଳୟ, ଅଗ୍ନିଶମ ବାହିନୀ ଏବଂ ହୋମ୍‌ ଡେଲିଭେରି ସେବା ପୂର୍ବଭଳି ଜାରି ରହିବ। ଟେଲିକମ୍ୟୁନିକେଶନ, ପେଟ୍ରୋଲ ପମ୍ପ, ଜଳ ଯୋଗାଣ, ପରିମଳ ଓ ଷ୍ଟୋରେଜ, ବିଦ୍ୟୁତ୍‌ ଯୋଗାଣ, ପରିବହନ, କୃଷି, ନିର୍ମାଣ କାର୍ଯ୍ୟ, ଶିଳ୍ପସଂସ୍ଥାକୁ କଟକଣାରୁ ବାଦ୍‌ ଦିଆଯାଇଛି। ଖବରକାଗଜ ବିକ୍ରେତା ସକାଳ ୫ରୁ ୮ଟା ଯାଏ ବିତରଣ କରିପାରିବେ। ବିବାହ ଏବଂ ଅନ୍ତ୍ୟେଷ୍ଟିକ୍ରିୟା କରିବା ଲାଗି ପ୍ରଶାସନର ଅନୁମତି ନେବା ବାଧ୍ୟତାମୂଳକ କରାଯାଇଛି। ଏହି ନିୟମକୁ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri