ସଂକ୍ରମଣ ରୋକିବାକୁ କଠୋର ହେଲା ପ୍ରଶାସନ: ଶନି, ରବି ଢେଙ୍କାନାଳ ଶଟଡାଉନ୍‌

ଢେଙ୍କାନାଳ ଅଫିସ, ୨।୭-ଢେଙ୍କାନାଳ ଜିଲାରେ କରୋନା ସଂକ୍ରମଣ ଏଡ଼ାଇବାକୁ ସପ୍ତାହନ୍ତ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦେଲେ ଏଣିକି ଶନି ଏବଂ ରବି ଦୁଇଦିନ ସମ୍ପୂର୍ଣ୍ଣ ବନ୍ଦ ରହିବ। ଜୁଲାଇ ୩୧ ଯାଏ ଏହି କଟକଣା ବଳବତ୍ତର ରହିବ। ଜୁଲାଇରେ କରୋନା ସଂକ୍ରମଣ ଶୀର୍ଷକୁ ଛୁଇଁବ ବୋଲି ଆଶଙ୍କା କରାଯାଉଛି। ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ଏପରି କଠୋର ପଦକ୍ଷେପ ନିଆଯାଇଥିବା ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ସୂଚନା ଦେଇଛନ୍ତି।
ସଂକ୍ରମଣ ବଢୁଥିବାରୁ ଢେଙ୍କାନାଳ ସୀମାନ୍ତ ଜିଲାଗୁଡ଼ିକୁ ହଟ୍‌ସ୍ପଟ୍‌ ଘୋଷଣା କରାଯାଇଛି। ଶନିବାର ଏବଂ ରବିବାର ଶଟ୍‌ଡାଉନ୍‌ ହେଉଥିବାରୁ ସମ୍ପୃକ୍ତ ଜିଲାରେ ରହି କାମ କରୁଥିବା ଅନେକ କର୍ମଜୀବୀ ଢେଙ୍କାନାଳ ପଳାଇ ଆସୁଛନ୍ତି। ଏହା ଗୋଷ୍ଠୀ ସଂକ୍ରମଣକୁ ନିମନ୍ତ୍ରଣ କରୁଛି। ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦ରେ ପହଞ୍ଚତ୍ଲାଣି। ସଂକ୍ରମଣ ବଢୁଥିବାରୁ ଏପରି ନିଷ୍ପତ୍ତି ନିଆଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶଟ୍‌ଡାଉନ ସମୟରେ ସ୍ବାସ୍ଥ୍ୟସେବା ଅନୁଷ୍ଠାନ, ଔଷଧ ଦୋକାନ ଭଳି ଅତ୍ୟାବଶ୍ୟକ ସେବା ବଳବତ୍ତର ରହିବ। ଜିଲା କାର୍ଯ୍ୟାଳୟ, ପୌରସଂସ୍ଥା କାର୍ଯ୍ୟାଳୟ, ଜିଲା ପୋଲିସ କାର୍ଯ୍ୟାଳୟ, ଅଗ୍ନିଶମ ବାହିନୀ ଏବଂ ହୋମ୍‌ ଡେଲିଭେରି ସେବା ପୂର୍ବଭଳି ଜାରି ରହିବ। ଟେଲିକମ୍ୟୁନିକେଶନ, ପେଟ୍ରୋଲ ପମ୍ପ, ଜଳ ଯୋଗାଣ, ପରିମଳ ଓ ଷ୍ଟୋରେଜ, ବିଦ୍ୟୁତ୍‌ ଯୋଗାଣ, ପରିବହନ, କୃଷି, ନିର୍ମାଣ କାର୍ଯ୍ୟ, ଶିଳ୍ପସଂସ୍ଥାକୁ କଟକଣାରୁ ବାଦ୍‌ ଦିଆଯାଇଛି। ଖବରକାଗଜ ବିକ୍ରେତା ସକାଳ ୫ରୁ ୮ଟା ଯାଏ ବିତରଣ କରିପାରିବେ। ବିବାହ ଏବଂ ଅନ୍ତ୍ୟେଷ୍ଟିକ୍ରିୟା କରିବା ଲାଗି ପ୍ରଶାସନର ଅନୁମତି ନେବା ବାଧ୍ୟତାମୂଳକ କରାଯାଇଛି। ଏହି ନିୟମକୁ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri