ସଂକ୍ରମଣ ରୋକିବାକୁ ଜାଗତିଆର

ଢେଙ୍କାନାଳ ଅଫିସ, ୨୫।୩ – ଢେଙ୍କାନାଳ ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରାଯିବାପରେ କରୋନା ସଂକ୍ରମଣ ରୋକିବାକୁ ଜୋର୍‌ ଦେଉଛି ପ୍ରଶାସନ। ବାଜିଚୌକ୍‌ସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟରେ ୧୫୦ ଶଯ୍ୟା ବିଶିଷ୍ଟ ଆଇସୋଲେଶନ ଓ୍ବାର୍ଡ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ପିଡି ଡିଆର୍‌ଡିଏ ନରୋତ୍ତମ ବେହେରା, ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ର ପୁରୁଣା ଚିକିତ୍ସାଳୟ ପରିଦର୍ଶନ କରି ପ୍ରସ୍ତୁତି ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି।
ଅନ୍ୟପଟେ ସହରର ଜନଗହଳିପୂର୍ଣ୍ଣ ସ୍ଥାନ ପୋଲିସ ଛାଉଣିରେ ପରିଣତ ହୋଇଛି। ଯାନବାହନ ଯାଞ୍ଚ କଡ଼ାକଡ଼ି କରାଯାଇଛି। ଅଜ୍ଞାତ ବ୍ୟକ୍ତିଙ୍କଠାରୁ ତଥ୍ୟ ସଂଗ୍ରହ କରାଯାଉଛି। ମଙ୍ଗଳବାର ଅପରାହ୍ନରେ ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ, ଏସ୍‌ପି ଅନୁପମା ଜେମ୍‌ସ ପୋଲିସ ଅଧିକାରୀଙ୍କ ସହ ସହରର ପ୍ରମୁଖ ଅଞ୍ଚଳ ପରିଦର୍ଶନ କରି ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଥିଲେ। ଜିଲାରେ ପୋଲିସ ପ୍ରସ୍ତୁତି ସନ୍ତୋଷଜନକ ବୋଲି ଆଇଜି କହିଛନ୍ତି। ଲକ୍‌ଡାଉନ୍‌ ଲାଗୁ କରାଯିବା ପରେ ପରିବା ମାର୍କେଟ ସମେତ ଜରୁରୀ ସାମଗ୍ରୀ ବିକ୍ରି ହେଉଥିବା ବ୍ୟବସାୟିକ ପ୍ରତିଷ୍ଠାନରେ ପ୍ରବଳ ଭିଡ଼ ନିୟନ୍ତ୍ରଣ କରିବାକୁ ଗାଇଡ୍‌ଲାଇନ ପ୍ରସ୍ତୁତ କରାଯାଇଛି। ସକାଳ ୭ଟାରୁ ପୂର୍ବାହ୍ନ ୧୦ଟା ଏବଂ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ଯାଏ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ପରିସ୍ଥିତିରେ ଏହି ନିୟମ ଆସନ୍ତା ୨୯ ତାରିଖ ଯାଏ ବଳବତ୍ତର ରହିବ ବୋଲି ସୂଚନା ଦିଆଯାଇଛି।
ଏ ସଂକ୍ରାନ୍ତରେ ଜିଲାପାଳ କୁହନ୍ତି, ପୁରୁଣା ଜିଲା ଚିକିତ୍ସାଳୟରେ ୧୫୦ ଶଯ୍ୟା ବିଶିଷ୍ଟ ଆଇସୋଲେଶନ ଓ୍ବାର୍ଡ କରିବାକୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ପ୍ରସ୍ତାବ ଦିଆଯାଇଥିଲା। ଏଥିଲାଗି ଅନୁମତି ମିଳିଛି। ଆବଶ୍ୟକ ପଡ଼ିଲେ ଏହାକୁ ୨୦୦ ଶଯ୍ୟାକୁ ବୃଦ୍ଧି କରାଯିବ। ଜିଲା ଚିକିତ୍ସାଳୟରୁ ବସ୍‌ଷ୍ଟାଣ୍ଡକୁ ସୁବିଧାରେ ଯିବାଆସିବା ଲାଗି ୨୦ଟି ଅଟୋରିକ୍ସା ବ୍ୟବସ୍ଥା ହୋଇଛି। ନିଜେ ନିଜର ସୁରକ୍ଷା କରିବା ସହିତ ଅନ୍ୟର ସୁରକ୍ଷା ବ୍ୟବସ୍ଥା ପ୍ରତି ଧ୍ୟାନ ଦେବାକୁ ଜିଲାପାଳ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ସଭାରେ ପଦ୍ମ ଧରିଲେ ପ୍ରବୋଧ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଟିକେଟ କଟିବା ପରେ କିଛି ଦିନ ପରେ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri