Posted inଜାତୀୟ

‘ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେଇପାରିବନି ଭାଜପା’

ମୁମ୍ବାଇ, ୨୪ା୧୧(ପି.ଟି.) : ମହାରାଷ୍ଟ୍ରରେ ଦେବେନ୍ଦ୍ର ଫଡ୍‌ନବିସ୍‌ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିଥିଲେ ହେଁ ଆବଶ୍ୟକ ସଂଖ୍ୟା ଭାଜପା ପାଖରେ ନାହିଁ ବୋଲି ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଶନିବାର କହିଛନ୍ତି। ଭାଜପାକୁ ଅଜିତ୍‌ ସମର୍ଥନ କରିବା ନିଷ୍ପତ୍ତି ସମ୍ପୂର୍ଣ୍ଣ ଅନୁଶାସନହୀନତା ବୋଲି ସେ ମତ ଦେଇଛନ୍ତି। ଏନ୍‌ସିପି-ଭାଜପା ମେଣ୍ଟ ସପକ୍ଷରେ ଦଳର କୌଣସି ନେତା ନାହାନ୍ତି। ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଏନ୍‌ସିପି ନେତା ଅଜିତ୍‌ ପାଓ୍ବାରଙ୍କ ସହ ୧୦ରୁ ୧୧ ବିଧାୟକ ରହିଛନ୍ତି। ଭାଜପା ପାଖରେ ଆବଶ୍ୟକ ସଂଖ୍ୟା ନ ଥିବାରୁ ସରକାର ତିଷ୍ଠିରହିବା ମୁସ୍କିଲ ବୋଲି ଶରଦ ପ୍ରକାଶ କରିଛନ୍ତି। ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେଙ୍କ ସହ ମିଳିତ ଖବରଦାତା ସମ୍ମିଳନୀକୁ ଉଦ୍‌ବୋଧନ ଦେବା ଅବସରରେ ଶରଦ ଏଭଳି ଦୃଢୋକ୍ତି ପ୍ରକାଶ କରିଛନ୍ତି। ଏଥିସହ ଅପରାହ୍ନରେ ଅଜିତ୍‌ଙ୍କୁ ଏନ୍‌ସିପି ବିଧାୟକ ଦଳ ନେତା ପଦରୁ ବିଦା କରାଯାଇଛି। ଭାଜପା-ଏନ୍‌ସିପି ସହଯୋଗରେ ସରକାର ଗଠନ କରାଯିବାକୁ ଉଦ୍ଧବ ରାତି ଅଧିଆ ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ବୋଲି କହିଛନ୍ତି। ପୂର୍ବରୁ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଭାଜପା ସହ ଅଜିତ୍‌ଙ୍କ ସମ୍ପର୍କ ବ୍ୟକ୍ତିଗତ ଓ ଦଳର ଏଥିରେ କିଛି ନାହିଁ ବୋଲି ସ୍ପଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri