ସଂଗରୋଧ କେନ୍ଦ୍ରରୁ ଘରକୁ ଫେରିବାର ୩ ଦିନ ପରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ

ବେତନଟୀ,୨୮।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଏସ୍‌ଏସ୍‌ ନହଣ୍ଡାଶୋଲ ପଞ୍ଚାୟତର ଭାଲୁବସା ଗ୍ରାମର ପରେଶ ଚନ୍ଦ୍ର ମହାନ୍ତ(୫୫)ଙ୍କ ବୁଧବାର ବିଳମ୍ବିତ ରାତ୍ରିରେ ନିଜ ଘରେ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିଲା ବେଳେ ଏହା କରୋନା ଜନିତ ବୋଲି ସ୍ଥାନୀୟ ଗ୍ରାମବାସୀ ସନ୍ଦେହ କରୁଛନ୍ତି। ଏଥିନେଇ ବେତନଟୀ ପୋଲିସ(ମାମଲା ନଂ-୧୧୯/୨୦)ରୁଜୁ କରିଛି। ସେହିଭଳି ବାରିପଦାରୁ ସାଇଣ୍ଟିଫିକ ଟିମ୍‌ ତଦନ୍ତ ପାଇଁ ଭାଲୁବସା ଆସୁଥିବାର ସୂଚନା ମିଳିଛି l ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ କହିଛି l

ସୂଚନାନୁଯାୟୀ, ପରେଶ ଗୁଜୁରାଟର ସୁରଟଠାରେ ଥିବା ଏକ କମ୍ପାନୀରେ ରୋଷେୟା ଭାବେ କାର୍ଯ୍ୟ କରୁଥିଲେ। ସେ ପ୍ରାୟ ୧୦ଦିନ ପୂର୍ବରୁ ସୁରଟରୁ ଫେରି ବେତନଟୀ ବ୍ଲକର ଗରୁଡ଼ବସାଠାରେ ଥିବା ଆଦର୍ଶବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ୭ ଦିନ ରହିଥିଲେ l ସେଠାରେ ୭ଦିନ ପୁରିବାପରେ ନିଜ ଘର ଭାଲୁବସା ଗ୍ରାମକୁ ଫେରି ଆସିଥିଲେ l ଫେରିବାର ୩ଦିନ ଅର୍ଥାତ ବୁଧବାର ବିଳମ୍ବିତ ରାତ୍ରିରେ ତାଙ୍କର ମୃତ୍ୟୁ ଘଟିଛି। ନହଣ୍ଡାଶୋଳ ସରପଞ୍ଚଙ୍କ କହିବା ଅନୁସାରେ ସଙ୍ଗରୋଧ କେନ୍ଦ୍ରରେ ତାଙ୍କର କରୋନା ରୋଗର ଲକ୍ଷଣ ଦେଖାଯାଇ ନ ଥିବାରୁ ରକ୍ତ ନମୁନା ମଧ୍ୟ ପରୀକ୍ଷା ପାଇଁ ଯାଇ ନ ଥିଲା l ମାତ୍ର ସୁରଟରୁ ମୟୁରଭଞ୍ଜକୁ ଫେରିଥିବା ଲୋକଙ୍କ କରୋନା ପଜିଟିଭ୍‌ ବାହାରିଥିବା ବେଳେ ଏହାକୁ ସନ୍ଦେହ କରି ଭାଲୁବସା ଗ୍ରାମବାସୀ ତାଙ୍କ ଘରକୁ ଯିବାକୁ ଭୟ କରୁଥିଲେ। ଏପରିକି ତାଙ୍କ ମୃତ୍ୟୁ ପରେ ମଧ୍ୟ ମୃତଦେହ ନିକଟକୁ ସେମାନେ ଆସି ନ ଥିଲେ l ପରେଶଙ୍କ ସ୍ତ୍ରୀ ସୋମବାରୀ ମହାନ୍ତଙ୍କ ଅଭିଯୋଗକ୍ରମେ ଏବେ ବେତନଟୀ ଥାନାରେ ମାମଲା ହୋଇଅଛି l


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri