ସଂଘର୍ଷର ଦିନକୁ ମନେ ପକାଇଲେ ଜ୍ୟାକ୍‌ଲିନ୍‌: ଡେବ୍ୟୁ ପୂର୍ବରୁ ନାଁ ବଦଳାଇ ମୁସ୍କାନ’ରଖିବାକୁ କୁହାଯାଇଥିଲା

ବମ୍ବେ: ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ଣ୍ଣାଡିସ୍‌ ଏବେ ବଲିଉଡ୍‌ର ଜଣେ ଆଗଧାଡ଼ିର ନାୟିକା। ଅନେକ ଉତ୍ଥାନ ପତନ ପରେ ହିନ୍ଦି ସିନେମା ଜଗତରେ ପ୍ରତିଷ୍ଠିତ ହୋଇପାରିଛନ୍ତି ସେ। ହେଲେ ପ୍ରଥମେ ଏହା ଏତେ ସହଜ ନ ଥିଲା। ବଲିଉଡ୍‌ରେ ଡେବ୍ୟୁ କରିବା ପୂର୍ବରୁ ତାଙ୍କୁ ନାମ ବଦଳାଇବାଠାରୁ ଆରମ୍ଭ କରି ଶରୀରର ବିଭିନ୍ନ ଅଂଶର ସର୍ଜରୀ କରିବାକୁ ପରାମର୍ଶ ଦିଆଯାଇଥିଲା। ଏପରିକି ତାଙ୍କୁ ଭାରତୀୟ ହୋଇନଥିବା କାରଣରୁ ସମାଲୋଚିତ ହେବାକୁ ପଡ଼ୁଥିଲା। ନିକଟରେ ଏକ ସାକ୍ଷାତକାରରେ ନିଜର ସଂଘର୍ଷ ଦିନଗୁଡ଼ିକୁ ମନେ ପକାଇଛନ୍ତି ସେ।

ହିନ୍ଦି ସିନେମାରେ କାମ କରିବା ପୂର୍ବରୁ ଜ୍ୟାକ୍‌ଲିନ୍‌ଙ୍କୁ ନାମ ପରିବର୍ତ୍ତନ କରିବାକୁ କୁହାଯାଇଥିଲା। ତାଙ୍କ ନାଁ ପାଶ୍ଚାତ୍ୟ ନାୟିକାଙ୍କ ଭଳି ଶୁଭୁଥିବାରୁ ଏହାକୁ ବଦଳାଇ ‘ମୁସ୍କାନ’ ରଖିବାକୁ କୁହାଯାଇଥିଲା। କାରଣ ନାମ ନ ବଦଳାଇଲେ କାମ ମିଳିବା କଷ୍ଟକର ଥିଲା। ସେହିଭଳି ପତଳା ଆଇବ୍ରୋକୁ ମୋଟା କରିବା ଏବଂ ଅନ୍ୟାନ୍ୟ ସର୍ଜରୀ କରିବାକୁ ପରାମର୍ଶ ଦିଆଯାଇଥିଲା। ହେଲେ ଏସବୁ ଶୁଣି ମଧ୍ୟ ଜ୍ୟାକ୍‌ଲିନ୍‌ ସ୍ଥିର ଥିଲେ। ନିଜେ ଯେପରି ସେଭଳି ରହିବାକୁ ଚାହିଁଥିଲେ। ସେ ଯେପରି ତାଙ୍କୁ ଦର୍ଶକେ ସେଭଳି ଗ୍ରହଣ କରନ୍ତୁ ବୋଲି ଇଚ୍ଛା ରଖିଥିଲେ ସେ। ଧିରେଧିରେ ତାହା ହିଁ ହୋଇଥିଲା। ଏବେ ସେ ଅନେକେ ହିଟ୍‌ ଫିଲ୍ମରେ କାମ କରି ବାହାବାଃ ସାରିଲେଣି।

ପୂର୍ବରୁ ମଧ୍ୟ ଅନେକ ଅଭିନେତ୍ରୀ ନିଜର ପ୍ରକୃତ ନାମକୁ ପରିବର୍ତ୍ତନ କରି ଲୋକପ୍ରିୟତା ହାସଲ କରିଛନ୍ତି। ହେଲେ ଜ୍ୟାକ୍‌ଲିନ୍‌ ସେଭଳି ନ କରି ଉଦାହରଣ ସୃଷ୍ଟି କରିଛନ୍ତି ବୋଲି କୁoହାଯାଉଛି। ଆଗାମୀ ଦିନରେ ତାଙ୍କର ଫିଲ୍ମ ‘ଆଟାକ୍‌’ ରିଲିଜ୍‌ ହେବାକୁ ଯାଉଛି। ଏଥିସହ ବିଗ୍‌ବସ୍‌ର ରନର୍ସ ଅପ୍‌ ରହିଥିବା ଆସିମ୍‌ଙ୍କ ସହ ଏକ ଆଲବମ୍‌ରେ କାମ କରିବାକୁ ନେଇ ଚର୍ଚ୍ଚାରେ ରହି ଆସୁଛନ୍ତି ସେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri