ଜୟପୁର,୧୨।୨(ନି.ପ୍ର.) – ଜୟପୁର ସହରର ରାସ୍ତା ସଂପ୍ରସାରଣ କାମ ସରିଲା। କିନ୍ତୁ ରାସ୍ତା ମଝିରୁ ହଟିଲାନି ବିଦ୍ୟୁତ ଖୁଣ୍ଟ ଓ ନଳକୂପ। ପ୍ରଶାସନିକ ଅବହେଳା ଯୋଗୁ ୩ ବର୍ଷ ହେବ ସାଧାରଣ ଲୋକେ ଏହି କାରଣରୁ ହଇରାଣ ହେବା ସହ ଛୋଟ ବଡ଼ ଦୁର୍ଘଟଣା ମଧ୍ୟ ଘଟୁଛି।
୩ ବର୍ଷ ତଳେ ଜୟପୁର ସହରର ବେଲରୋଡରୁ ରାଞ୍ଚତ୍-ବିଜୟଓ୍ବାଡ଼ା କରିଡର ଯାଏ ରାସ୍ତା ସଂପ୍ରସାରଣ କରାଯାଇଥିଲା। ଜବରଦଖଲକାରୀଙ୍କୁ ହଟାଇବା ପରେ ରାସ୍ତା ନିର୍ମାଣ କାମ ହୋଇଥିଲା। ଯୋଜନା ମୁତାବକ ପ୍ରସାଦ ରାଓପେଟାରୁ କୁମ୍ଭାରସାହି ଶେଷ ଯାଏ ଥିବା ବିଦ୍ୟୁତ ଓ ଟେଲିଫୋନ ଖୁଣ୍ଟ, ନଳକୂପ ସ୍ଥାନାନ୍ତର କରାଯିବାର ଥିଲା। କିନ୍ତୁ ତାହା ଆଜି ଯାଏ ହୋଇପାରି ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସ୍ଥାନୀୟ ବାସିନ୍ଦା ବାରମ୍ବାର ଅଭିଯୋଗ କଲେ ମଧ୍ୟ ପ୍ରଶାସନ ଶୁଣୁନାହିଁ। ୩୨୬ ନମ୍ବର ଜାତୀୟ ରାଜପଥକୁ ସଂଯୋଗ କରିବା ପାଇଁ ଏହି ରାସ୍ତାକୁ ୪୦ ଫୁଟ ଓସାର କରାଯାଇଥିବା ବେଳେ କାମ ଶେଷ ହେବା କ୍ଷଣି ଖୁଣ୍ଟକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ହୋଇଥିଲା। ପୌରାଞ୍ଚଳ ଅଧୀନରେ ଥିବା ଏହି ରାସ୍ତା ପୂର୍ତ୍ତି ବିଭାଗ ଅଧୀନକୁ ଯିବା ପରେ ଖୁଣ୍ଟ ହଟାଇବା ପାଇଁ ବିଭାଗ ପକ୍ଷରୁ ସାଉଥ୍କୋ ନିକଟରେ ସ୍ଥାନାନ୍ତର ପାଇଁ ଅଟକଳ ହୋଇଥିବା ଟଙ୍କା ପଇଠ କରାଯାଇଥିଲା। ଏହା ସତ୍ତ୍ୱେ ଏଯାବତ୍ ଖୁଣ୍ଟ ହଟିନାହିଁ। ଏ ସମ୍ପର୍କରେ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଆଲୋକ ରଞ୍ଜନ ସାମନ୍ତରାୟଙ୍କୁ ପଚାରିବାରୁ ସେ କହିଥିଲେ, ତୁରନ୍ତ ଖୁଣ୍ଟ ହଟାଇବାକୁ ସାଉଥ୍କୋ କର୍ତ୍ତୃପକ୍ଷଙ୍କୁ ଚିଠି କରି ଜଣାଇବି।
Posted inଆମ ଜିଲା ଖବର, କୋରାପୁଟ View All
ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼
ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…
ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ
ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…
ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…
ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…
ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର
ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…
ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି
ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…
ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ
କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…
ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି
କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…
ନିଟ୍ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ
ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…
Archives

