ସଂରକ୍ଷଣ ଉଠାଇବା ପାଇଁ କେନ୍ଦ୍ର ସରକାର ଚକ୍ରାନ୍ତ କରୁଛନ୍ତି: କଂଗ୍ରେସ

ଭୁବନେଶ୍ୱର,୧୫।୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଅନୁସୂଚିତ ଜାତି(ଏସ୍‌ସି), ଅନୁସୂଚିତ ଜନଜାତି(ଏସ୍‌ଟି) ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷଣ ବ୍ୟବସ୍ଥାକୁ ଉଠାଇ ଦେବାକୁ ଚକ୍ରାନ୍ତ କରୁଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ଏହା ବିରୋଧରେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) କମିଟି ନିର୍ଦ୍ଦେଶକ୍ରମେ ଶନିବାର ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ଏସ୍‌ଟି,ଏସ୍‌ସି ଏବଂ ଓବିସି ସେଲ୍‌ ପକ୍ଷରୁ ରାଜ୍ୟପାଳ ଗଣେଶୀ ଲାଲଙ୍କ ପ୍ରତିନିଧିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। କଂଗ୍ରେସର ସମସ୍ତ ପ୍ରତିନିଧିଙ୍କୁ ଏକକାଳୀନ ରାଜଭବନ ଭିତରକୁ ପ୍ରବେଶ ଅନୁମତି ନ ମିଳିବାରୁ ଫାଟକ ସମ୍ମୁଖରେ ପ୍ରତିନିଧିମାନେ ପ୍ରତିବାଦ କରିଥିଲେ। ଭୁବନେଶ୍ୱର ଡିସିପିଙ୍କ ଅନୁରୋଧ କ୍ରମେ ରାଜ୍ୟପାଳଙ୍କ ପ୍ରତିନିଧି ଫାଟକ ନିକଟକୁ ଆସି ଦାବିପତ୍ର ଗ୍ରହଣ କରିଥିଲେ।
ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ ନେତୃବୃନ୍ଦ ଓ କର୍ମୀ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଉଦ୍ଦେଶ୍ୟରେ ଏହି ଦାବିପତ୍ର ପ୍ରଦାନ କରାଯାଇଛି। ଉକ୍ତ ଦାବିପତ୍ରରେ ଏସ୍‌ସି, ଏସ୍‌ଟି ଓ ଓବିସି ଜନସାଧାରଣଙ୍କ ସୁରକ୍ଷା, ଶିକ୍ଷା, ନିଯୁକ୍ତି ଓ ପଦୋନ୍ନତି କ୍ଷେତ୍ରରେ ସମ୍ବିଧାନ ସ୍ବୀକୃତ ସଂରକ୍ଷଣ ବ୍ୟବସ୍ଥାକୁ ଦୃଢ଼ ଭାବେ କାର୍ଯ୍ୟକାରୀ ପାଇଁ ଦାବି କରାଯାଇଛି। ଦେଶ ସ୍ବାଧୀନତା ସମୟରୁ ଏହି ବର୍ଗର ଜନସାଧାରଣଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶ ପାଇଁ ସମ୍ବିଧାନର ଅନୁଚ୍ଛେଦଗୁଡିକରେ ବ୍ୟବସ୍ଥା କରାଯାଇଛି। ତେଣୁ ଏହି ବ୍ୟବସ୍ଥାକୁ ସଠିକ୍‌ ଭାବେ କାର୍ଯ୍ୟକାରୀ କରି ଓଡ଼ିଶାରେ ବସବାସ କରୁଥିବା ବହୁଜନବର୍ଗର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯତ୍ନବାନ ହୁଅନ୍ତୁ ବୋଲି ପ୍ରଦୀପ ମାଝୀ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଭୁଜବଳ ମାଝୀ, ବିଜୟଲକ୍ଷ୍ମୀ ସାହୁ, ବିଷ୍ଣୁଚରଣ ବାରିକ, ବାଙ୍କନିଧି ବେହେରା, ହଳଧର ସେଠୀ, ବିଦ୍ୟାଧର ଦେହୁରୀ, ଦେବେନ୍ଦ୍ର ମଲ୍ଲିକ, ଫକୀର ଖଟୁଆ, ଅଭିଷେକ ରାଉତ, ଅମୀୟ ପାଣ୍ଡବ, ପ୍ରତିମା ମଲିକ, କୈଳାସ ସାହୁ, ଦୀପକ ମହାପାତ୍ର, ଜାନକୀ ମଲ୍ଲିକ, ବିଶ୍ୱଭୂଷଣ ମହାପାତ୍ର, ଅମୀର ଭୁୟଁା, ସର୍ବେଶ୍ୱର ସେଠୀ, ତାପସ ସେଠୀ, କାଶୀନାଥ ଡାକୁଆ, ସେକ୍‌ କାଦିର୍‌, ଦେବେନ୍ଦ୍ର ପ୍ରସାଦ ଦାସ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri