Posted inଜାତୀୟ

ସଂରକ୍ଷଣ ଦାବି ମୌଳିକ ଅଧିକାର ନୁହେଁ

ନୂଆଦିଲ୍ଲୀ,୧୦ା୨(ପି.ଟି.): ସରକାରୀ ଚାକିରିରେ ସଂରକ୍ଷଣ ଦାବି ମୌଳିକ ଅଧିକାର ନୁହେଁ ବୋଲି ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ସ୍ପଷ୍ଟ କରିଛନ୍ତି। ତେଣୁ ତଫସିଲଭୁକ୍ତ ଜାତି (ଏସ୍‌ସି) ଏବଂ ତଫସିଲଭୁକ୍ତ ଉପଜାତି (ଏସ୍‌ଟି) ବର୍ଗର ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ରାଜ୍ୟ ସରକାରଙ୍କୁ କୌଣସି ଅଦାଲତ ନିର୍ଦ୍ଦେଶ ଦେଇପାରିବେ ନାହିଁ। ନିଯୁକ୍ତି କ୍ଷେତ୍ରରେ ସଂରକ୍ଷଣ ଦେବା ଅଧିକାର ଓ ଦାୟିତ୍ୱ ସମ୍ପୂର୍ଣ୍ଣ ଭାବେ ରାଜ୍ୟ ସରକାରଙ୍କର। ତେଣୁ କାହାକୁ ନିଯୁକ୍ତି ବା ପଦୋନ୍ନତି ଦିଆଯିବ ତାହା ସରକାରଙ୍କ ବିବେକ ଉପରେ ନିର୍ଭର କରେ। ତେବେ ରାଜ୍ୟ ସରକାର ଏହାକୁ ଲାଗୁ କରିବା ପାଇଁ ବାଧ୍ୟ ନୁହନ୍ତି ବୋଲି ଜଷ୍ଟିସ୍‌ ଏଲ୍‌. ନାଗେଶ୍ୱର ରାଓ ଏବଂ ହେମନ୍ତ ଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁକ୍ରବାର ରାୟ ଦେଇଛନ୍ତି।
୨୦୧୨ ସେପ୍ଟେମ୍ବର ୫ରେ ଉତ୍ତରାଖଣ୍ଡ ସରକାର ଏକ ନିଷ୍ପତ୍ତି ନେଇଥିଲେ। ଏସ୍‌ସି-ଏସ୍‌ଟି ବର୍ଗର ଲୋକଙ୍କୁ ସଂରକ୍ଷଣ ନ ଦେଇ ରାଜ୍ୟରେ ଖାଲିଥିବା ସମସ୍ତ ସରକାରୀ ପଦବୀ ପୂରଣ କରିବା ଲାଗି ଏଥିରେ ପ୍ରସ୍ତାବ ରହିଥିଲା। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ହାଇକୋର୍ଟ ଉକ୍ତ ନିଷ୍ପତ୍ତିକୁ ଖାରଜ କରିଦେବା ପରେ ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହାର ଶୁଣାଣି କରି ଖଣ୍ଡପୀଠ କହିଛନ୍ତି, ସମ୍ବିଧାନର ଅନୁଚ୍ଛେଦ ୧୬ (୪) ଏବଂ ୧୬ (୪-ଏ) ଏସ୍‌ସି-ଏସ୍‌ଟି ବର୍ଗର ଲୋକଙ୍କୁ ସଂରକ୍ଷଣ ଆଧାରରେ ନିଯୁକ୍ତି ଓ ପଦୋନ୍ନତି ଦେବା ନେଇ ଅଧିକାର ପ୍ରଦାନ କରିଛି। ତେଣୁ ସରକାରୀ ନିଯୁକ୍ତି କ୍ଷେତ୍ରରେ ସଂରକ୍ଷଣ ନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇ ପାରିବ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ଏହାସହ ଉତ୍ତରାଖଣ୍ଡ ସରକାରଙ୍କ ବିଜ୍ଞପ୍ତିକୁ ବଳବତ୍ତର ରଖି ହାଇକୋର୍ଟଙ୍କ ରାୟକୁ ପଲଟାଇଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ ପାଇଁ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri