ସଂଶୋଧିତ ହୋଲ୍ଡିଂ ଟିକସ ଆଦାୟ କରିବ ବିଏମ୍‌ସି

ଭୁବନେଶ୍ୱର, ୩।୧୧(ବ୍ୟୁରୋ)

ବହୁ ବାଦ ବିବାଦ ପରେ ମଧ୍ୟ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ସଂଶୋଧିତ ହୋଲ୍ଡିଂ ଟିକସ ବା ସମ୍ପତ୍ତି ଟିକସ ଲାଗୁ କରିବାକୁ ବିଜ୍ଞପ୍ତି ପ୍ରକାଶ କରିଛି। ବିଏମ୍‌ସି ଅଞ୍ଚଳରେ ଜମି କିମ୍ବା ଘର କିଣିଥିବା ଲୋକମାନଙ୍କୁ ବର୍ଦ୍ଧିତ ଆକାର ଟିକସ ଦେବାକୁ ହେବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ରାଜସ୍ବ ବିଭାଗ ଦ୍ୱାରା ନୂତନ ଭାବେ ଧାର୍ଯ୍ୟ କରାଯାଇଥିବା ଜମିର ବେଞ୍ଚମାର୍କ ମୂଲ୍ୟ ଅନୁଯାୟୀ ଟିକସ ଲାଗୁ କରାଯିବ। ଏଥିପାଇଁ ଜମି ମୂଲ୍ୟର ୦.୫% ଓ ସେହି ଜମି ଉପରେ ନିର୍ମାଣ ହୋଇଥିବା କୋଠାର ବାର୍ଷିକ ମୂଲ୍ୟକୁ ହିସାବ କରି ଟିକସ ନିର୍ଦ୍ଧାରଣ କରାଯାଇଛି। ଏଥିସହିତ ଘର କିଣୁଥିବା ବ୍ୟକ୍ତିମାନଙ୍କୁ ଘର ମୂଲ୍ୟକୁ ହିସାବକୁ ନେଇ ହୋଲ୍ଡିଂ ଟିକସ ଦେବାକୁ ପଡ଼ିବ। ଯଦି କୌଣସି ବ୍ୟକ୍ତି ନିଜ ଜମି ଉପରେ ନୂଆ କରି ଘର ନିର୍ମାଣ କରିଥିବେ ତେବେ ତାଙ୍କୁ ପୂର୍ତ୍ତ ବିଭାଗର କୋଠାଘର ନିର୍ମାଣ ଖର୍ଚ୍ଚ ନିର୍ଦ୍ଧାରଣ ଅନୁଯାୟୀ ଟିକସ ଦେବାକୁ ପଡ଼ିବ।
ବିଏମ୍‌ସି ଆଡିଶନାଲ କମିଶନର ସୁରଥଚନ୍ଦ୍ର ମଲ୍ଲିକ କହିଛନ୍ତି ଯେ, ନୂଆ ହୋଲ୍ଡିଂ ଟିକସକୁ ବିଭିନ୍ନ ରାଜନୈତିକ ଦଳ ଓ ନାଗରିକ ଅନୁଷ୍ଠାନ ବିରୋଧ କରୁଛନ୍ତି। ସେମାନେ ବିଏମ୍‌ସିକୁ ଦେଇଥିବା ଦାବିପତ୍ରକୁ ଆମେ ସାଧାରଣ ପ୍ରଶାସନ ବିଭାଗକୁ ପଠାଇଛୁ। ଏନେଇ ଆଲୋଚନା କରାଯିବ ବୋଲି ସେ କହିଛନ୍ତି। ଉଲ୍ଲେଖଯୋଗ୍ୟ, ସମାଜବାଦୀ ପାର୍ଟି, ସିପିଆଇ, ସିପିଆଇ ଏମ୍‌ଏଲ ଓ ଫରଓ୍ବାର୍ଡ ବ୍ଲକ୍‌ ସହ ଭୁବନେଶ୍ୱର ନାଗରିକ ମହାସଂଘ ନୂଆ ହୋଲ୍ଡିଂ ଟିକସକୁ ବିରୋଧ କରିବା ସହ ପୌର ନିର୍ବାଚନ ନ ହେବା ଯାଏ ସ୍ଥଗିତ ରଖିବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ହଜାରେ କୋଟି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri