Posted inଜାତୀୟ

ସଂସଦୀୟ ଦଳ ବୈଠକରେ ମୋଦିଙ୍କ କଡ଼ା ସନ୍ଦେଶ: ଅହଂକାର, ଦୁର୍ବ୍ୟବହାର ବରଦାସ୍ତ କରାଯିବନି

ନୂଆଦିଲ୍ଲୀ,୩ା୭ (ପି.ଟି.): ସରକାରୀ ଅଧିକାରୀଙ୍କୁ ଭାଜପା ନେତା କୈଳାସ ବିଜୟଭର୍ଗୀୟଙ୍କ ବିଧାୟକ ପୁଅ କ୍ରିକେଟ୍‌ ବ୍ୟାଟ୍‌ରେ ପିଟିବା ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁହଁ ଖୋଲି କଡ଼ା ସନ୍ଦେଶ ଦେଇଛନ୍ତି। ଭାଜପା ସଂସଦୀୟ ଦଳ ବୈଠକରେ ସେ କହିଛନ୍ତି ଯେ, ସେ ଯାହା ପୁଅ ହେଇଥାନ୍ତୁ ପଛେ ଅହଂକାର ଓ ଦୁର୍ବ୍ୟବହାରକୁ କେବେହେଲେ ବରଦାସ୍ତ କରାଯାଇ ପାରିବ ନାହିଁ। ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ। ଯିଏ ଯାହା ଚାହିଁବ କରିପାରିବ ନାହିଁ। ମୋଦିଙ୍କ ଏହି କଡା ଆଭିମୁଖ୍ୟବେଳେ ନିଜେ ଭାଜପା ସାଧାରଣ ସମ୍ପାଦକ ବିଜୟଭର୍ଗୀୟ ବୈଠକରେ ଉପସ୍ଥିତ ଥିଲେ।
କଡ଼ା ଆଭିମୁଖ୍ୟକୁ ନେଇ ଭାଜପା ମୁଖପାତ୍ର ରାଜୀବ ପ୍ରତାପ ରୁଡ଼ୀ ମଧ୍ୟ ସମାନ କଥା ଦୋହରାଇଛନ୍ତି। ଖବରଦାତାଙ୍କ ପ୍ରଶ୍ନର ଉତ୍ତର ସେ ମାପିଚୁପି କହିଛନ୍ତି ଯେ, ଏଭଳି ବ୍ୟବହାର କୌଣସି ବ୍ୟକ୍ତି କଲେ, ତାଙ୍କ ବିରୋଧରେ କଠୋର ପଦକ୍ଷେପ ଗ୍ରହଣ କରାଯିବ। ପ୍ରକାଶଥାଉ କି, ବିଜୟଭର୍ଗୀୟଙ୍କ ପୁଅ ଏଭଳି କାମ କରି କ୍ଷମା ମାଗିବାର ପ୍ରଶ୍ନ ଉଠୁନାହିଁ ବୋଲି କହିଥିଲେ। ସେ ଗିରଫ ହେବା ପରେ କୋର୍ଟରୁ ଜାମିନ୍‌ରେ ଆସିଥିଲେ।
ଭାଜପାର ଜବରଦସ୍ତ ବିଜୟ ପରେ ପ୍ରଥମ ସଂସଦୀୟ ଦଳ ବୈଠକରେ ମୋଦିଙ୍କୁ ବରିଷ୍ଠ ନେତାମାନେ ସମ୍ବର୍ଦ୍ଧିତ କରିଥିଲେ। ଜୁଲାଇ ୬ରୁ ବାରାଣସୀରୁ ମୋଦି ଭାଜପାର ସଦସ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବେ ବୋଲି ସ୍ଥିର କରାଯାଇଛି। ବୈଠକରେ ସଂସଦରେ ସମସ୍ତ ଦଳୀୟ ନେତା ଉପସ୍ଥିତ ରହି ଅଧିବେଶନ କାର୍ଯ୍ୟ ସଫଳ କରିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri