ସଂସଦୀୟ ଷ୍ଟାଣ୍ଡିଂ କମିଟିର ସମୀକ୍ଷା ବୈଠକ: ଭୁବନେଶ୍ୱର ଡ୍ରେନେଜ ବ୍ୟବସ୍ଥା ଠିକ୍‌ ନାହିଁ, ମାଷ୍ଟରପ୍ଲାନ ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ

ପୁରୀ ଅଫିସ, ୧୯ା୧: ଓଡ଼ିଶାରେ କେନ୍ଦ୍ରୀୟ ଯୋଜନା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉନାହିଁ। ରାଜଧାନୀ ଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥାରେ ଅନେକ ତ୍ରୁଟି ରହିଛି। ଏହା ଠିକ୍‌ ନାହିଁ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ ବାସହୀନ ପରିବାରକୁ ଗୃହ ଯୋଗାଇବାରେ ମଧ୍ୟ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ଏମିତି ରାଜ୍ୟ ସରକାରଙ୍କ ଅନେକ କାର୍ଯ୍ୟଧାରା ଉପରେ ପ୍ରଶ୍ନ ଉଠାଇବା ସହ ଉଦ୍‌ବେଗ ପ୍ରକାଶ କରିଛି ସଂସଦୀୟ ଷ୍ଟାଣ୍ଡିଂ କମିଟି। ଭୁବନେଶ୍ୱର ଏବଂ ପୁରୀ ସହରାଞ୍ଚଳ ବିକାଶ ସମ୍ବନ୍ଧରେ ଶନିବାର ସ୍ଥାନୀୟ ମେ’ ଫେୟାର ହୋଟେଲ ପରିସରରେ କମିଟି ବର୍ଜ୍ୟବସ୍ତୁ ପରିଚାଳନା, ଡ୍ରେନେଜ ବ୍ୟବସ୍ଥା, ପାନୀୟଜଳ ଯୋଗାଣ, ସ୍ବଚ୍ଛ ଭାରତ, ପରିମଳ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମେତ ବିଭିନ୍ନ କେନ୍ଦ୍ରୀୟ ଯୋଜନାର ସମୀକ୍ଷା କରିଥିଲେ। ଜଗଦମ୍ବିକା ପାଲ୍‌ଙ୍କ ଅଧ୍ୟକ୍ଷତାରେ ଆସିଥିବା ୧୧ ସଦସ୍ୟଙ୍କ ସହ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ଅଧିକାରୀ ଏଥିରେ ଯୋଗଦେଇଥିଲେ। ଶୁକ୍ରବାର କମିଟି ଭୁବନେଶ୍ୱରଠାରେ ସମୀକ୍ଷା ବୈଠକ କରିଥିବାବେଳେ ଶନିବାର ପୁରୀରେ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି।

ପ୍ରାୟ ୪ଘଣ୍ଟା ଧରି ଅନୁଷ୍ଠିତ ବୈଠକରେ କମିଟି ସଦସ୍ୟମାନେ ପୁଙ୍ଖାନୁପୁଙ୍ଖ ଭାବେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା, ଲୋକେ ଏହାର କେତେ ସୁଫଳ ପାଇଛନ୍ତି ତାହା ଉପରେ ତର୍ଜମା କରିଥିଲେ। ବିଶେଷକରି ଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥାକୁ ନେଇ ସେମାନେ ଉଦ୍‌ବେଗ ପ୍ରକାଶ କରିଥିଲେ। ଡ୍ରେନେଜ ବ୍ୟବସ୍ଥାରେ ସମସ୍ୟା ଥିବାରୁ ସହରରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଗଙ୍ଗୁଆ ନାଳ ସହ କିପରି ଅଧିକ ଡ୍ରେନକୁ ସଂଯୋଗ କରାଯାଇପାରିବ ସେନେଇ ମଧ୍ୟ ଆଲୋଚନା କରାଯାଇଥିଲା। ୨୦୦୮ରେ ଡ୍ରେନେଜ ବ୍ୟବସ୍ଥା ଯାହା ଥିଲା ସେହିପରି ରହିଛି, ଏଥିରେ କୌଣସି ଅଗ୍ରଗତି ହୋଇନାହିଁ। ତେଣୁ ଏହାର ସମାଧାନ ଲାଗି ଖୁବ୍‌ଶୀଘ୍ର ମାଷ୍ଟରପ୍ଲାନ କରିବା ଲାଗି କମିଟି ପରାମର୍ଶ ଦେଇଛି। ଅର୍ବାନ ଡେଭଲପ୍‌ମେଣ୍ଟର ପ୍ରିନ୍ସିପାଲ ସେକ୍ରେଟାରୀଙ୍କୁ ଏଥିଲାଗି ନିର୍ଦ୍ଦେଶ ଦିଆଯାଇଛି।

ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ କହିଛନ୍ତି, ରାଜଧାନୀରେ ଏବେ ବି ୪୦ ପ୍ରତିଶତ ଲୋକ ବସ୍ତିରେ ରହୁଛନ୍ତି। ସେମାନଙ୍କ ମଧ୍ୟରୁ ୮୦ ପ୍ରତିଶତ ଲୋକଙ୍କ ଘରେ ଶୌଚାଳୟ ସୁବିଧା ନାହିଁ। ବସ୍ତିବାସିନ୍ଦା ବିଭିନ୍ନ ପ୍ରକାର ସମସ୍ୟାରେ ଗତି କରୁଛନ୍ତି। ସ୍ବଚ୍ଛ ଭାରତ କ୍ଷେତ୍ରରେ ଓଡ଼ିଶାର ପ୍ରଦର୍ଶନ ସବୁଠୁ ଖରାପ ରହିଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମଧ୍ୟ ରାଜ୍ୟ ସରକାର ଫେଲ୍‌ ମାରିଛନ୍ତି। ରାଜ୍ୟ ସରକାରଙ୍କ ରିପୋର୍ଟରୁ ଏହା ଜଣାପଡ଼ିଛି। ତେଣୁ ଏ ସବୁ ଦିଗରେ ଅଗ୍ରଗତି ହେବା ଦରକାର। ଜିଲାପାଳ ବଲୱନ୍ତ ସିଂ କହିଛନ୍ତି, ବୈଠକରେ ବର୍ଜ୍ୟବସ୍ତୁ ପରିଚାଳନା, ଜଳ ଯୋଗାଣ, ପରିମଳ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ଅନ୍ୟାନ୍ୟ କେନ୍ଦ୍ରୀୟ ଯୋଜନାର କାର୍ଯ୍ୟକାରିତା ଉପରେ ଆଲୋଚନା ହୋଇଥିଲା। ଏଥିରେ ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ତର୍ଜମା କରାଯାଇଛି। ଲୋକଙ୍କୁ କିପରି ଅଧିକ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ତାହା ଉପରେ କମିଟି ସଦସ୍ୟ ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri