ସଂସ୍କାର ହେଉନି ଗୋପାଳିଆ କେନାଲ: ପାଣିରେ ବୁଡ଼ିଛି ଚାଷଜମି

ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ କୁବେରା ପଞ୍ଚାୟତର ୩ଟି ମୌଜାରେ ୩ ଶହ ଏକର ଚାଷଜମି ପାଣିରେ ବୁଡ଼ି ରହିଛି। ଏଥିଯୋଗୁ ଧାନ ଚାଷ କାର୍ଯ୍ୟ ଆରମ୍ଭ ହୋଇପାରୁ ନାହିଁ। ଗୋପାଳିଆ କେନାଲ ସଂସ୍କାର ହୋଇ ନ ଥିବାରୁ ଏ ପ୍ରକାର ସମସ୍ୟା ଉପୁଜିଛି। ଇଟାଗଡ଼ି ଗ୍ରାମବାସୀ ଗୁରୁବାର ଏ ସମ୍ପର୍କରେ ଭଦ୍ରକ ସାଳନ୍ଦୀ କେନାଲ ଡିଭିଜନର ନିର୍ବାହୀ ଯନ୍ତ୍ରୀଙ୍କୁ ଜଣାଇଛନ୍ତି। ଚାଷଜମିରୁ ଜଳ ନିଷ୍କାସନ ପାଇଁ କେନାଲ ସଂସ୍କାର କରିବା ଦିଗରେ ପଦକ୍ଷେପ ନେବାକୁ ସେମାନେ ଦାବି ଜଣାଇଛନ୍ତି।
ପ୍ରକାଶ ଯେ, ଇଶାଣପୁରଠାରୁ କଷଟି ପର୍ଯ୍ୟନ୍ତ ଏକ ଢଳେଇ ରାସ୍ତା ନିର୍ମାଣ ଯୋଗୁ ଜଳ ନିଷ୍କାସନରେ ବାଧା ସୃଷ୍ଟି ହୋଇଛି। ଏଥିଯୋଗୁ ଇଟାଗଡ଼ି, କଷଟି ଓ ଦେଉଳା ମୌଜାର ୩ ଶହ ଏକରି ଚାଷଜମି ପାଣିରେ ବୁଡ଼ି ରହିଛି। ପୂର୍ବରୁ ଏ ସମ୍ପର୍କରେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯିବା ପରେ କେନାଲ ଆଡ଼ିରେ ଏକ ବନ୍ଧ ନିର୍ମାଣ କରାଯାଇଥିଲା। ଉପରମୁଣ୍ଡରୁ ପାଣି ଛାଡ଼ିବା ଦ୍ୱାରା ଜଳ ନିଷ୍କାସନ ହୋଇ ନ ପାରି ବନ୍ଧଟି ଭାଙ୍ଗିଯାଇଥିଲା। କେନାଲ ବନ୍ଧ ହୋଇଥିବା ସ୍ଥାନର ଉତ୍ତରପାର୍ଶ୍ୱରେ ଥିବା କଲଭର୍ଟକୁ କେତେକ ଲୋକ ଢଳେଇ ପକାଇ ବନ୍ଦ କରିଦେଇଥିବାରୁ ଜଳ ନିଷ୍କାସନ ହୋଇପାରୁ ନ ଥିବା ଗଁା ଲୋକେ ଦର୍ଶାଇଛନ୍ତି। ଏହାଛଡ଼ା ଦୀର୍ଘଦିନ ଧରି କେନାଲ ସଂସ୍କାର ହୋଇ ନ ଥିବାରୁ ଏ ପ୍ରକାର ସମସ୍ୟା ସୃଷ୍ଟି ହୋଇଥିବା ଇଟାଗଡ଼ି ଗ୍ରାମର ଗଣେଶ ପ୍ରସାଦ ରାଉତ, କମଳାକାନ୍ତ ସେଠୀ, ସରୋଜ ଖୁଣ୍ଟିଆ, ଅଭିରାମ ସେଠୀ, ବସନ୍ତ କୁମାର ସେଠୀ, ଅକ୍ଷୟ ବେହେରା, କୈଳାସ ଚନ୍ଦ୍ର ସେଠୀ ଓ ସନ୍ତୋଷ କୁମାର ଜେନା ପ୍ରମୁଖ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri