ସକାଳୁଆ କାର୍ଯ୍ୟାଳୟ, ଚୌକି ଖାଲି

ବଅଁରପାଳ, ୨୬।୪ (ଡି.ଏନ୍‌.ଏ.)- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାରୀ କାର୍ଯ୍ୟାଳୟଗୁଡ଼ିକୁ ସରକାର ସକାଳୁଆ କରିଛନ୍ତି। ବିଭିନ୍ନ କାର୍ଯ୍ୟ ପାଇଁ ଆସୁଥିବା ହିତାଧିକାରୀମାନେ ଯେପରି ତାତିରୁ ରକ୍ଷା ପାଇବା ସହ ସୁବିଧାରେ କାମ ହାସଲ କରି ଫେରିପାରିବେ ସେଥିପାଇଁ ସରକାର ଏପରି ବ୍ୟବସ୍ଥା କରିଛନ୍ତି। କିନ୍ତୁ ବଅଁରପାଳ ବ୍ଲକ କାର୍ଯ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି। ଗୁରୁବାର ମଧ୍ୟାହ୍ନ ପର୍ଯ୍ୟନ୍ତ ବ୍ଲକ ଅଫିସର ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଚୌକି ଖାଲି ପଡ଼ିଥିବାରୁ କାର୍ଯ୍ୟାଳୟକୁ ଆସିଥିବା ହିତାଧିକାରୀମାନେ ଏ ନେଇ ଅସନ୍ତୋଷ ବ୍ୟକ୍ତ କରିଥିବା ଦେଖାଯାଇଛି।
ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟାଳୟ ଚାଲିବ ବୋଲି ସରକାର ସମୟ ଧାର୍ଯ୍ୟ କରିଛନ୍ତି। କିନ୍ତୁ ଗୁରୁବାର ପୂର୍ବାହ୍ନ ୧୧ଟାରୁ ୧୨ଟା ୧୦ ପର୍ଯ୍ୟନ୍ତ ବଅଁରପାଳ ବ୍ଲକ କାର୍ଯ୍ୟାଳୟରେ ବହୁ ଅଧିକାରୀଙ୍କ ଚୌକି ଖାଲି ପଡ଼ିଥିଲା। ବିଡିଓଙ୍କ କାର୍ଯ୍ୟାଳୟ ବନ୍ଦ ଥିବାବେଳେ ପ୍ରଗତି ସହାୟକ, ସାମାଜିକ ଶିକ୍ଷା ସଙ୍ଗଠକ ଓ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀ, ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କ ଚୌକିରେ କେହି ନ ଥିଲେ। ସେହିପରି କାର୍ଯ୍ୟାଳୟରେ କେତେବେଳେ କେଉଁ ଅଧିକାରୀ ରହୁଛନ୍ତି କିମ୍ବା କେଉଁ ଅଧିକାରୀ ଟୁର୍‌ ଓ ଟ୍ରେନିଂରେ ଯାଉଛନ୍ତି ସେ ନେଇ କାର୍ଯ୍ୟାଳୟ ସମ୍ମୁଖରେ ଏକ ସୂଚନା ମରାଯିବାର ନିୟମ ଥିଲେ ବି ତାହା ପାଳନ ହେଉନାହିଁ। ଫଳରେ ବ୍ଲକ କାର୍ଯ୍ୟାଳୟକୁ ଆସୁଥିବା ହିତାଧିକାରୀ ଅଧିକାରୀମାନଙ୍କୁ ନ ପାଇ ହଇରାଣ ହରକତ ହେଉଥିବା ବେଳେ ଅଫିସରେ କେଉଁ ଅଧିକାରୀ ରହୁଛନ୍ତି ଓ କେଉଁ ଅଧିକାରୀ ବାହାରକୁ ଯାଇଛନ୍ତି ତାହା ଜଣାପଡ଼ୁ ନାହିଁ। ବ୍ଲକରେ ଦୀର୍ଘ ଦିନ ହେଲା ଅତିରିକ୍ତ ବିଡିଓ ପଦବୀ ଖାଲି ପଡ଼ିଛି। ୩୫ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ସ୍ଥାନରେ ୨୬ ଜଣ ରହିଛନ୍ତି। ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟରଙ୍କ ସ୍ଥାନରେ ଜଣେ ରହିଛନ୍ତି। ତେଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି। ଏ ସମ୍ପର୍କରେ ବଅଁରପାଳ ବିଡିଓ ସ୍ବରୂପା ନନ୍ଦ ସାହୁଙ୍କ ସହ ଯୋଗାଯୋଗ ହୋଇପାରି ନ ଥିବାରୁ ମତାମତ ମିଳିପାରି ନାହିଁ। ଅତିରିକ୍ତ ଶିକ୍ଷା ଅଧିକାରୀ ମନୋରମା ମାଝି କହିଛନ୍ତି, ବିଡିଓ ଅନୁଗୋଳଠାରେ ବୈଠକକୁ ଯାଇଛନ୍ତି। ସରକାରୀ କାର୍ଯ୍ୟରେ ମଁୁ ବାହାରେ ଥିବାରୁ ବ୍ଲକକୁ ଯାଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri