Posted inକଟକ

ସକାଳ ୬ରୁ ଅପରାହ୍ନ ୧ ଯାଏ ଖୋଲିବ ଦୋକାନ

କଟକ ଅଫିସ୍‌,୨୯ା୪: କଟକ ଜିଲାରେ କରୋନା ସ୍ଥିତିର ସମୀକ୍ଷା ପରେ ଜିଲାପାଳ ଭବାନୀ ଶଙ୍କର ଚୟନୀ ଜିଲାରେ କେଉଁ ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବ ଏବଂ କେଉଁଟା ଖୋଲିବ ନାହିଁ, ସେନେଇ ବିଜ୍ଞପ୍ତି ଜାରି କରିଛନ୍ତି। ଯେଉଁ ସବୁ ଦୋକାନ ଖୋଲିବ, ସେଠାରେ କେବଳ ୫୦ ପ୍ରତିଶତ କର୍ମଚାରୀ କାର୍ଯ୍ୟ କରିବେ। ଏଥିସହ ସାମାଜିକ ଦୂରତା ଓ ସ୍ବଚ୍ଛତାକୁ ଗୁରୁତ୍ୱ ଦିଆଯିବ । ସମସ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ସେହିଭଳି ଦୋକାନ କେବଳ ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ହିଁ ଖୋଲାଯାଇପାରିବ। ଖୋଲିବାକୁ ଥିବା ଦୋକାନ ଗୁଡିକ ହେଲା, ପାଥୋଲ୍ୟାବ, ଡାଇଗ୍ନୋଷ୍ଟିକ୍‌ ସେଣ୍ଟର୍‌, ରାଶନ୍‌, ବେକେରି, ପାଉଁରୁଟି, ପରିମଳ ସାମଗ୍ରୀ ସହିତ ଅତ୍ୟାବଶ୍ୟକ ବ୍ୟବହାର ସାମଗ୍ରୀ, ପନିପରିବା, ଆମିଷ, ଫଳ, ଅଣ୍ଡା, ପଶୁ ଖାଦ୍ୟ, ବହି ଦୋକାନ, ଗ୍ୟାସ୍‌ ଏଜେନ୍ସି ଏବଂ ପରିବହନ, କୃଷି ଉପକରଣ ମରାମତି, ଫ୍ୟାନ୍‌ ଏବଂ ବଲ୍‌ବ ଓ ଅନ୍ୟାନ୍ୟ ବୈଦ୍ୟୁତିକ ଉପକରଣ ମରାମତି ଦୋକାନ, ମୋବାଇଲ୍‌ ରିଚାର୍ଜ ସେଣ୍ଟର୍‌, ସାଇକେଲ୍‌ ମରାମତି ଦୋକାନ ଏବଂ ଏହାର ଅତିରିକ୍ତ ଅଂଶ, କୃଷିଜାତ ଦ୍ରବ୍ୟ ବିକ୍ରି, ଦୁଗ୍ଧ ଏବଂ ଦୁଗ୍ଧଜାତ ଦ୍ରବ୍ୟ, ଚଷମା, ଔଷଧ, ପେଟ୍ରୋଲ୍‌ ପମ୍ପ, ରାଜପଥ କଡ଼ ଢ଼ାବା, ରେଷ୍ଟୁରାଣ୍ଟ ଏବଂ ଗ୍ୟାରେଜ୍‌ ଖୋଲା ରହିବ। ଅନ୍ୟପକ୍ଷରେ ଚା ଷ୍ଟଲ୍‌, ଖାଦ୍ୟ ଷ୍ଟଲ୍‌, ଅଳଙ୍କାର, ବିୟୁଟି ପାର୍ଲର, ସେଲୁନ୍‌, ଜିମ୍‌, ଫାଷ୍ଟଫୁଡ୍‌, ମଲ୍ଟି ବ୍ରାଣ୍ଡ ଏବଂ ସିଙ୍ଗଲ୍‌ ବ୍ରାଣ୍ଡ୍‌ ମଲ୍‌, ପାନ୍‌, ତମାଖୁ, ଗୁଟ୍‌ଖା, ଚୁଇଙ୍ଗମ୍‌ ଏବଂ ଛେପ ପକାଇବାକୁ ପ୍ରୋତ୍ସାହିତ କରୁଥିବା ଅନ୍ୟାନ୍ୟ ସାମଗ୍ରୀ ବିକ୍ରି ଦୋକାନ ବନ୍ଦ ରହିବ। ସମସ୍ତ ଅନୁମତିପ୍ରାପ୍ତ ଦୋକାନଗୁଡିକ ହୋମ ଡେଲିଭେରିକୁ ପ୍ରାଧାନ୍ୟ ଦେବେ। ବାଇକ୍‌ରେ କେବଳ ଜଣେ ହିଁ ଯାତ୍ରା କରିପାରିବେ ବୋଲି ନିର୍ଦ୍ଦେଶରେ କୁହାଯାଇଛି। ଉପରୋକ୍ତ ନିର୍ଦ୍ଦେଶକୁ ଅବମାନନା କଲେ ଆଇନ୍‌ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଚୟନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, କଟକ View All

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri