ସକାଳ ୬ ରୁ ଦିନ୧ଟା ପର୍ଯ୍ୟନ୍ତ ଖୋଲିବ ପରିବା ଓ ଗ୍ରୋସରୀ ଦୋକାନ: ବାଇକ୍ ଓ ଚାରିଚକିଆ ଗାଡ଼ି ଉପରେ ରୋକ

ଭଦ୍ରକ ଅଫିସ,୭।୪ – ଏଣିକି ହାଟ, ପରିବା ମାର୍କେଟ୍ ଓ ଗ୍ରୋସେରୀ ଦୋକାନକୁ ଲୋକେ ଚାଲି ଚାଲି ଯିବେ । ବାଇକ୍ ଓ ଚାରିଚକିଆ ଧରି ମାର୍କେଟ୍‌କୁ ଗଲେ ପୋଲିିସ ଗାଡ଼ି ଜବତ କରିବା ସହ ଆଇନ ଉଲ୍ଲଙ୍ଘନକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବ ବୋଲି ପ୍ରଶାସନ ପକ୍ଷରୁ ଚରମବାଣୀ ଜାରି କରାଯାଇଛି । ସୂଚନା ଥାଉକି ରବିବାର ରାତି ୮ଟାରେ ୪୮ ଘଂଟିଆ ଶଟ୍ ଡାଉନ ସରିବା ପରେ ସୋମବାର ସକାଳେ ଭଦ୍ରକର କଚେରି ବଜାର ତଥା ଅନ୍ୟାନ୍ୟ ପରିବା ବଜାରରେ ନାହିଁ ନଥିବା ଭିଡ଼ ଦେଖିବାକୁ ମିଳିଥିଲା । ହଜାର ହଜାର ଲୋକ ପରିବା ଓ ଗ୍ରୋସରୀ ସାମଗ୍ରୀ କିଣିବା ପାଇଁ ବାଇକ୍ ଧରି ବଜାରରେ ଭିଡ଼ ଲଗାଇଥିଲେ । ପ୍ରଶାସନ ପକ୍ଷରୁ ସାମାଜିକ ଦୂରତ୍ୱକୁ ନେଇ ଜାରି କରାଯାଇଥିବା କଟକଣା ଫେଲ ମାରିଥିଲା । ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ଓ ପ୍ରଶାସନ ନାକେଦମ୍ ହେବାକୁ ପଡ଼ିଥିଲା । ଏପରିକି ଏହି ସମୟରେ ସାମାଜିକ ଦୂରତ୍ୱ ଆଇନକୁ ଉଲ୍ଲଙ୍ଘନ କରିଥିବା ୮ ଜଣ ବ୍ୟବସାୟୀ ଓ ୨୧ ଜଣ ଆଇନ ଉଲ୍ଲଙ୍ଘନକାରୀଙ୍କୁ ପୋଲିସକୁ ଗିରଫ କରିବାକୁ ପଡ଼ିଥିଲା । ଫଳରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ସୋମବାର ମଧ୍ୟାହ୍ନରେ ଉପରୋକ୍ତ କଟକଣା ଜାରି କରିଛନ୍ତି । ପରିବା ବଜାର, ହାଟ ଓ ଗ୍ରୋସରୀ ଦୋକାନ ସକାଳ ୬ ରୁ ୧୦ଟା ପରିବର୍ତେ ମଧ୍ୟାହ୍ନ ୧ ପର୍ଯ୍ୟନ୍ତ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସ୍ଥାୟୀ ଫଳ ଦୋକାନ, କ୍ଷୀର ଦୋକାନ ସକାଳୁ ୬ ରୁ ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି କୁହାଯାଇଛି । ଗ୍ରୋସରୀ ସାମଗ୍ରୀ ଘରେ ପହଂଚାଇବା ପାଇଁ ଚିହ୍ନଟ ଦୋକାନୀଙ୍କୁ ସକାଳ ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ସମୟ ଦିଆଯାଇଛି । ଏହି ନିୟମ ଉଲ୍ଲଙ୍ଘନ କଲେ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯିବ ବୋଲି ଏସ୍‌ପି ରାଜେଶ ପଣ୍ଡିତ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri