ସଙ୍କଟରେ ଚାନ୍ଦୁଆ ଶିଳ୍ପ

ପିପିଲି, ୨୧ା୪: କରୋନା ଯୋଗୁ ମଣିଷର ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିରୁ ବାଦ୍‌ ପଡ଼ିନାହିଁ ପିପିଲିର ପ୍ରସିଦ୍ଧ ଚାନ୍ଦୁଆ ଶିଳ୍ପ। ଫନୀ ବାତ୍ୟା ପରେ କଷ୍ଟେମଷ୍ଟେ ଅଣ୍ଟା ସଳଖି ଆସୁଥିବା ଚାନ୍ଦୁଆ କାରିଗରଙ୍କ ସମେତ ବ୍ୟବସାୟୀମାନେ ଏବେ କରୋନା ମାଡ଼ରେ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି। ଫନୀରେ ହଜାର ହଜାର ଚାନ୍ଦୁଆ କାରିଗର କ୍ଷତିଗ୍ରସ୍ତ ହୋଇଥିଲେ। ଏପର୍ଯ୍ୟନ୍ତ ସମସ୍ତେ ସରକାରୀ ସହାୟତା ପାଇପାରିନାହାନ୍ତି। ଏପରି ସ୍ଥଳେ ବେଡ଼ି ଉପରେ କରଡ଼ା ସଦୃଶ ସେମାନଙ୍କ ଦୁଃଖଦୁର୍ଦ୍ଦଶା ବଢାଇ ଦେଇଛି କରୋନା।
ପିପିଲି ଅଞ୍ଚଳର ଶତାଧିକ କାରିଗର ଓ ବ୍ୟବସାୟୀ ଚାନ୍ଦୁଆ ତିଆରି ସହ ବିକ୍ରି କରି ପରିବାର ପ୍ରତିପୋଷଣ କରନ୍ତି। ପିପିଲି ସମେତ ଆଖପାଖ ଅଞ୍ଚଳରୁ ଶତାଧିକ କାରିଗର ଚାନ୍ଦୁଆ କାମ ପାଇଁ ପ୍ରତିଦିନ ଏଠାକୁ ଆସିଥାନ୍ତି। ସେମାନଙ୍କ ହାତ ତିଆରି ସୁଦୃଶ୍ୟ ଚାନ୍ଦୁଆକୁ କିଣି ନିଅନ୍ତି ପୁରୀ, ପିପିଲି, କୋଣାର୍କ ଆଦି ଅଞ୍ଚଳକୁ ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକ। ସେହିପରି ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ମଧ୍ୟ ଲୋକେ ଚାନ୍ଦୁଆ କିଣିବାକୁ ଆସିଥାନ୍ତି। ମାତ୍ର ଗତ ମାର୍ଚ୍ଚ ୧୫ତାରିଖଠାରୁ କରୋନା ପାଇଁ ଲକ୍‌ଡାଉନ ଯୋଗୁ ଦୋକାନ ବଜାର ଓ ଚାନ୍ଦୁଆ କାମ ବନ୍ଦ ରହିଛି। ଫଳରେ ହାତବାନ୍ଧି ଘରେ ବସିଛନ୍ତି କାରଗର ଓ ବ୍ୟବସାୟୀ। ସଞ୍ଚିତ ଅର୍ଥ ଧିରେ ଧିରେ ସରିଆସୁଥିବାରୁ ପେଟପାଟଣା ନେଇ ଚିନ୍ତା ବଢିଗଲାଣି। ବୃତ୍ତିକୁ ଜାବୋଡ଼ି ଧରିବେ ନା ଅନ୍ୟ କିଛି ପନ୍ଥା ଆପଣେଇବେ ସେଇ କଥା ସେମାନେ ଭାଳି ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri