Posted inଜାତୀୟ

ସଙ୍କଟରେ ଧର୍ମନିରପେକ୍ଷତା, ନାଗରିକତ୍ୱ

ନୂଆଦିଲ୍ଲୀ,୬ା୨(ପି.ଟି.): ଦେଶରେ ଧର୍ମନିରପେକ୍ଷତା ଓ ନାଗରିକତ୍ୱ ଏବେ ସଙ୍କଟରେ ରହିଛି। କେହି ଧର୍ମନିରପେକ୍ଷତା କଥା କହିଲେ, ତାଙ୍କୁ ଦେଶବିରୋଧୀ ଆଖ୍ୟା ଦିଆଯାଉଛି। କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ ବୁଧବାର ଏଭଳି ଭାଷାରେ ଟାର୍ଗେଟ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରମ୍‌।
ଫର୍‌ ଏ ନେଶନ୍‌: ପାଥ୍‌ସ ଆଣ୍ଡ ପରସ୍ପେକ୍ଟିଭ୍‌ସ’ ଶୀର୍ଷକ ପୁସ୍ତକ ଉନ୍ମୋଚନ ସମାରୋହରେ ଯୋଗଦେଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚିଦାମ୍ବରମ୍‌ କହିଛନ୍ତି, ଆଜିକାଲି ଏଭଳି ହୋଇଗଲାଣି ଯେ ଯଦି କେହି ଧର୍ମନିରପେକ୍ଷତା କଥା କହୁଛନ୍ତି, ତାଙ୍କର ଦେଶଭକ୍ତିକୁ ନେଇ ପ୍ରଶ୍ନ ଉଠାଯାଉଛି। ଏପରି କି କେତେଜଣ ଲୋକ ତାଙ୍କର ନାଗରିକତ୍ୱକୁ ନେଇ ମଧ୍ୟ ପ୍ରଶ୍ନ କରୁଛନ୍ତି। ଏହା ବିପଦର ଏକ ବିନ୍ଦୁ। ସେହିପରି ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର କହିଛନ୍ତି, ଦେଶର ଏକ ସମାନ୍ତରାଳ ନିଦର୍ଶନର ଆବଶ୍ୟକତା ରହିଛି। ଚିନ୍ତାଧାାରାଗୁଡ଼ିକର ପୁନଃ ଉଚ୍ଚାରଣ କରି ଲୋକଙ୍କ ପାଖରେ ପହଞ୍ଚତ୍ବା ଅପରିହାର୍ଯ୍ୟ ହୋଇଗଲାଣି। ସମୃଦ୍ଧ ଭାରତ ଫାଉଣ୍ଡେଶନ ପକ୍ଷରୁ ପ୍ରକାଶିତ ଏହି ପୁସ୍ତକକୁ ଚିଦାମ୍ବରମ୍‌ଙ୍କ ସହ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ପୂର୍ବତନ ଉପରାଷ୍ଟ୍ରପତି ହମିଦ୍‌ ଅନ୍‌ସାରୀ ଉନ୍ମୋଚନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri