ସଙ୍କଟ ସ୍ଥିତିରେ ଅର୍ଥନୀତି: ମନମୋହନ ସିଂ

ନୂଆଦିଲ୍ଲୀ,୧୮-୧୦: ଦେଶର ପ୍ରତି ଅର୍ଥନୈତିକ ଅସୁବିଧା ଲାଗି ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧିନ ସରକାର ଉପା ସରକାରଙ୍କୁ ନିନ୍ଦା କରିବା ବନ୍ଦ କରନ୍ତୁ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର କହିଛନ୍ତି। ଦେଶରେ ବ୍ୟାଙ୍କିଙ୍ଗ କ୍ଷେତ୍ର ସମସ୍ୟା ଲାଗି ମନମୋହନ ସିଂ ସମୟର ସରକାର ଏବଂ ତତ୍କାଳିନ ରିଜର୍ଭ ବ୍ୟାଙ୍କ ଗଭର୍ନର ରଘୁରାମ ରାଜନ ଦାୟୀ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବୁଧବାର କହିଥିଲେ। ଏହାର ପ୍ରତିକ୍ରିୟାରେ ମନମୋହନ କହିଛନ୍ତି, ଦେଶର ବିଭିନ୍ନ ସମସ୍ୟା ସମାଧାନ କରିବା ଲାଗି ୫ ବର୍ଷ ସରକାରଙ୍କ ଲାଗି ପର୍ଯ୍ୟାପ୍ତ ସମୟ। ମହାରାଷ୍ଟ୍ର ନିର୍ବାଚନ ପୂର୍ବରୁ ଏକ ଖବରଦାତା କାର୍ଯ୍ୟକ୍ରମରେ ସେ କହିଛନ୍ତି, ଯଦି କୌଣସି କ୍ଷେତ୍ରରେ ଅସୁବିଧା ରହିଛି ତାକୁ ଠିକ୍‌ କରିବା ଲାଗି ସାଢେ ପାଞ୍ଚ ବର୍ଷ କିଛି କମ୍‌ ସମୟ ନୁହେଁ। ଏହାକୁ ଛାଡି କେବଳ ନିନ୍ଦା କରିବାରେ ସରକାର ଲାଗି ରହିଛନ୍ତି। ନିନ୍ଦା ପରିବର୍ତ୍ତେ ସମସ୍ୟା ସମାଧାନକୁ ସରକାର ଧ୍ୟାନରେ ରଖିବା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି। ଅଭିବୃଦ୍ଧି ବର୍ଷକୁ ବର୍ଷ ହ୍ରାସ ହେଉଥିବାରୁ ଧାର୍ଯ୍ୟ ସମୟ ମଧ୍ୟରେ ୫ ଟ୍ରିଲିୟନ ଡଲାର ଅର୍ଥନୀତି ହାସଲ ହେବ ହେବା ନେଇ ସେ ସନ୍ଦିହାନ ଥିବା କହିଛନ୍ତି। ଅର୍ଥନୀତି ବର୍ତ୍ତମାନ ଘୋର ସଙ୍କଟ ସମୟ ଦେଇ ଗତି କରୁଛି। ଅର୍ଥ ବ୍ୟବସ୍ଥା ୮ରୁ ୧୦% ଅଭିବୃଦ୍ଧି ଆବଶ୍ୟକ କରୁଛି। ଏଭଳି ସ୍ଥିତିରେ ସରକାର ନିଯୁକ୍ତି ସୃଷ୍ଟିକୁ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ମନମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri