ସଙ୍କୁଚିତ ହେଉଛି ପୁରୁଣାକଟକ-ସମ୍ବଲପୁର ରାସ୍ତା: ବଢୁଛି ଦୁର୍ଘଟଣା

ଭାପୁର, ୨୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ଅନ୍ୟତମ ବ୍ୟସ୍ତବହୁଳ ପୁରୁଣା କଟକ-ସମ୍ବଲପୁର ରାସ୍ତା ଦିନକୁ ଦିନ ସଙ୍କୁଚିତ ହୋଇପଡୁଛି। ରାସ୍ତାର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି। ଫଳରେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି।
ସଦର ବ୍ଲକ ଏବଂ ଓଡ଼ାପଡ଼ା ବ୍ଲକ ଅଧୀନ ଛଦେଶ ଅଞ୍ଚଳ ଦେଇ ଏହି ରାସ୍ତା ଯାଇଛି। ମଙ୍ଗୁଳିଠାରୁ ରାସ୍ତା ଦୋହରୀକରଣ କାର୍ଯ୍ୟ ଆରମ୍ଭ ହେବାପରଠାରୁ ଦୈନିକ ହଜାର ହଜାର ଯାନବାହନ ଚଳାଚଳ କରୁଛି। ରାସ୍ତାଟି ଗ୍ରାମାଞ୍ଚଳ ଦେଇ ଯାଇଥିବାରୁ ଉଭୟ ପାର୍ଶ୍ୱରେ ଜବରଦଖଲ ବୃଦ୍ଧି ପାଇଛି। କେତେକ ସ୍ଥାନରେ ଅନାବନା ଗଛ ରାସ୍ତା ଉପରକୁ ମାଡ଼ି ଆସିଛି। ଡ୍ରେନେଜ୍‌ ବ୍ୟବସ୍ଥା ନ ଥିବାରୁ ଅଧାରାସ୍ତା ବର୍ଷାପାଣିରେ ବୁଡ଼ି ରହୁଛି। ଭାପୁର ମେଡିକାଲ ଛକ, ଗାନ୍ଧୀ ଛକରେ ଏହି ସମସ୍ୟା ଏବେ ଜଟିଳ ରୂପ ଧାରଣ କରିଛି। ଅପରପକ୍ଷେ ଲୋକମାନେ ସଚେତନତା ଅଭାବରୁ ଘର ନିର୍ମାଣ ସାମଗ୍ରୀ ଗଦାକରି ରଖୁଛନ୍ତି। ଏହାକୁ ନେଇ ଯାତାୟାତରେ ସମସ୍ୟା ସୃଷ୍ଟି ହେବାରୁ ଗତ ଫେବୃୟାରୀରେ ତହସିଲଦାରଙ୍କ ନିକଟରେ ଅଭିଯୋଗ କରାଯାଇଥିଲା। ଏଯାଏ ଏହାର କୌଣସି ସମାଧାନ କରାଯାଇନାହିଁ। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ବଢ଼ିବାରେ ଲାଗିଛି।
ଏ ନେଇ ତହସିଲଦାର ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ କୁହନ୍ତି, ବର୍ଷା ଛାଡ଼ିବା ପରେ ଆର୍‌ଆଇଙ୍କୁ ତଦନ୍ତ ନିର୍ଦ୍ଦେଶ ଦିଆଯିବ। ଜବରଦଖଲକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ରାସ୍ତା ଏବଂ ଗୃହ ନିର୍ମାଣ ବିଭାଗ ମୁଖ୍ୟ ନିର୍ବାହୀ ଯନ୍ତ୍ରୀ ମନୋରଞ୍ଜନ ବିଶ୍ୱାଳ କୁହନ୍ତି, ଡ୍ରେନ୍‌ ପୋତି ହୋଇଯାଇଥିବାରୁ ରାସ୍ତା ପାର୍ଶ୍ୱରେ ପାଣି ଜମୁଛି। ଜବରଦଖଲ ଯୋଗୁ ସମସ୍ୟା ଉପୁଜୁଛି। ତୁରନ୍ତ ବର୍ଷାଜଳ ନିଷ୍କାସନ ସହ ରାସ୍ତାପାର୍ଶ୍ୱ ବୁଦା ସଫା କରାଯିବ। ସ୍ଥାନୀୟ ଲୋକେ ସହଯୋଗ କଲେ ସମସ୍ୟାର ସମାଧାନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?