ସଙ୍ଗଠିତ ସମାଜ ଦ୍ୱାରା ରାଷ୍ଟ୍ରର ବିକାଶ ସମ୍ଭବ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ବିନା ଶକ୍ତିରେ ସମାଜ ଜାଗରଣ ଅସମ୍ଭବ। ଏହାକୁ ଅନୁଭବ କରି ଡ.କେଶବ ବଳିରାମ ହେଡଗେୱାର ୧୯୨୫ମସିହାର ବିଜୟା ଦଶମୀ ତିଥିରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ପ୍ରତିଷ୍ଠା କରିଥିଲେ ବୋଲି ଆରଏସ୍‌ଏସ୍‌ର ପୂର୍ବ କ୍ଷେତ୍ର କାର୍ଯ୍ୟବାହ ଅଧ୍ୟାପକ ଗୋପାଳ ପ୍ରସାଦ ମହାପାତ୍ର କହିଛନ୍ତି। ସ୍ଥାନୀୟ ଜାଗମରା ପଡ଼ିଆରେ ଆରଏସ୍‌ଏସ୍‌ ଭୁବନେଶ୍ୱର ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ଶ୍ରୀ ମହାପାତ୍ର କହିଥିଲେ, ଯେ ପର୍ଯ୍ୟନ୍ତ ସମାଜ ସଂଗଠିତ ନ ହୋଇଛି ସେ ପର୍ଯ୍ୟନ୍ତ ଆସୁରିକ ଏବଂ ଅରାଷ୍ଟ୍ରୀୟ ଶକ୍ତିମାନଙ୍କ ପ୍ରାଦୁର୍ଭାବ ବଢ଼ୁଥିବ। ତେଣୁ ଏହି ଶକ୍ତିକୁ ପ୍ରତିହତ କରିବାକୁ ହେଲେ ସମାଜ ଶକ୍ତିକୁ ଜାଗ୍ରତ କରିବାକୁ ପଡ଼ିବ। ତେଣୁ ସଙ୍ଗଠିତ ସମାଜ ଦ୍ୱାରା ରାଷ୍ଟ୍ରର ବିକାଶ ସମ୍ଭବ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟ ଅତଥିଭାବେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ବ୍ରଜକିଶୋର ମହାପାତ୍ର ଯୋଗଦେଇଥିଲେ। ଆରଏସ୍‌ଏସ୍‌ର ପୁରୀ ବିଭାଗ ସଂଘଚାଳକ ବୈକୁଣ୍ଠନାଥ ସାହୁ ଏବଂ ମହାନଗର ସଂଘ ଚାଳକ ଡ. ବସନ୍ତ ପତି ଯୋଗଦେଇଥିଲେ। ଏଥିରେ ଭୁବନେଶ୍ୱରର ୫୦୦ରୁ ଊର୍ଦ୍ଧ୍ୱ ସ୍ବୟଂସେବକ ଉପସ୍ଥିତ ରହି ଯୋଗାସନ, ଦଣ୍ଡ ବ୍ୟାୟାମ ଯୋଗ ଓ ଘୋଷ ପ୍ରଦର୍ଶନ କରିଥିଲେ। ସ୍ବୟଂସେବକମାନେ ଏକ ପଥସଞ୍ଚଳନରେ ବାହାରି ସହର ପରିକ୍ରମା କରିଥିଲେ। କାର୍ଯ୍ୟକ୍ରମକୁ ମହାନଗର ସହକାର୍ଯ୍ୟବାହ ସୁବ୍ରତ ତ୍ରିିପାଠୀ, ଭବେଶ ଜେନା, ସାଇପ୍ରସାଦ ଦାଶ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ ଘଟିଲା…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?