ସଙ୍ଗରୋଧକାରୀଙ୍କୁ ପ୍ରାର୍ଥନା, ଯୋଗ କରିବାକୁ ପରାମର୍ଶ ଦେଉଛନ୍ତି ପ୍ରଧାନଶିକ୍ଷକ

ମାଲକାନଗିରି,୬ା୫ (ଡି.ଏନ୍‌.ଏ.): ଶ୍ରମିକଙ୍କୁ ବାହାର ରାଜ୍ୟରୁ ଫେରାଇ ଆଣିବା ନେଇ ରାଜ୍ୟ ସରକାର ବ୍ୟବସ୍ଥା କରିବା ପରେ ମାଲକାନଗିରି ଜିଲାକୁ ପ୍ରତ୍ୟେହ ହଜାର ହଜାର ଶ୍ରମିକ ଫେରୁଛନ୍ତି। ସେମାନଙ୍କୁ ସଙ୍ଗରୋଧ ଗୃହରେ ରଖିବା ବ୍ୟବସ୍ଥା ହୋଇଛି। ତେବେ କାଲିମେଳା ବ୍ଲକ ତେଲରାଇ ପଞ୍ଚାୟତ ଜବାନପାଲି ବିଦ୍ୟାଳୟର ପ୍ରଧାନଶିକ୍ଷକ ନବକିଶୋର ମଲ୍ଲିକ ସଙ୍ଗରୋଧ କେନ୍ଦ୍ରରେ ସଙ୍ଗରୋଧକାରୀଙ୍କ ପାଇଁ ଭିନ୍ନ ପରିବେଶ ସୃଷ୍ଟି କରିଛନ୍ତି। ସକାଳ ଓ ସନ୍ଧ୍ୟାରେ ସାମାଜିକ ଦୂରତା ରକ୍ଷା କରି ପ୍ରାର୍ଥନା କରିବା, ଧାର୍ମିକ ଚର୍ଚ୍ଚା ସହ ଯୋଗ କରିବା ନେଇ ସେମାନଙ୍କୁ ବୁଝାଉଛନ୍ତି। ୧୦୯ ଜଣ ଶ୍ରମିକ ଏହି ସଙ୍ଗରୋଧ କେନ୍ଦ୍ରରେ ରହିଛନ୍ତି। ପ୍ରଧାନଶିକ୍ଷକ ମଲ୍ଲିକ କହନ୍ତି ସମସ୍ତଙ୍କର ଗୋଟିଏ ପରିଚୟ ା ଆମେ ମଣିଷ ଏବଂ ଗୋଟିଏ ମନ୍ତ୍ର ହେଉଛି ମାନବିକତା ା ଏହି ଅସମୟରେ ପରଆପଣା ଭୁଲି ଆମକୁ ସମସ୍ତଙ୍କ ସହ ମିଶି କରୋନାକୁ ମୁକାବିଲା କରିବାର ଆବଶ୍ୟକତା ରହିଛି। ଫଳରେ ଏହି ସଙ୍ଗରୋଧ କେନ୍ଦ୍ରର ଶ୍ରମିକମାନେ ଯେପରି ୨ ସପ୍ତାହ ହସଖୁସିରେ ବିତାଇବେ, କେନ୍ଦ୍ରର ନୀତି ନିୟମ ମାନି ଚଳିବେ ସେଥିପ୍ରତି ସେ ଗୁରୁତ୍ୱ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri