ସଙ୍ଗରୋଧରୁ ବାହାରିବାର ୨ ଦିନ ପରେ କରୋନା ପଜିଟିଭ ଚିହ୍ନଟ: ନପଙ୍ଗ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଭଣ୍ଡାରିପୋଖରୀ, ୧୬।୬ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ସୋମବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। କୋଲକାତାରୁ ଫେରି ଜଣେ ପ୍ରବାସୀ ସଙ୍ଗରୋଧ କେନ୍ଦ୍ରରେ ରହିଥିଲେ। ସେଠାରେ ଅବଧି ଶେଷ ହେବା ପରେ ସେ ଶୁକ୍ରବାର ସଙ୍ଗରୋଧ କେନ୍ଦ୍ରରୁ ଆସି ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ତେବେ ଏହାର ୨ ଦିନ ପରେ ଅର୍ଥାତ୍‌ ରବିବାର ସେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସୋମବାର ଅପରାହ୍ନରେ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ପଞ୍ଚାୟତର ବିଭିନ୍ନ ରାସ୍ତାକୁ ଅବରୋଧ କରାଯିବା ସହ ସାଧାରଣ ଲୋକଙ୍କ ଯିବା ଆସିବାରେ ରୋକ ଲଗାଯାଇଛି। ସରପଞ୍ଚ କାମୀନିବାଲା ନାୟକଙ୍କ ନିର୍ଦେଶକ୍ରମେ ସରପଞ୍ଚ ପ୍ରତିନିଧି ଆକାଶ ନାୟକ କଣ୍ଟେନମେଣ୍ଟ ଜୋନ୍‌ରେ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri