ସଙ୍ଗରୋଧ କେନ୍ଦ୍ରରୁ ଚୋରି ଘଟଣା: ୩ କୋର୍ଟ ଚାଲାଣ, ଚୋରି ସାମଗ୍ରୀ ଉଦ୍ଧାର

ଭଦ୍ରକ ଅଫିସ,୧୭ା୬: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ତୋରଣପଦା ସଙ୍ଗରୋଧ କେନ୍ଦ୍ରରୁ ଚଳିତ ମାସ ୫ ତାରିଖ ରାତିରେ କବାଟ ଭାଙ୍ଗି ଚୋରି ହୋଇଥିଲା। ସଙ୍ଗରୋଧ କେନ୍ଦ୍ରରେ ଥିବା ଇନ୍‌ଭର୍ଟର, ବ୍ୟାଟେରୀ, ଆକ୍ୱାଗାର୍ଡ ପରି କିଛି ସାମଗ୍ରୀ ଚୋରି ହୋଇଥିଲା ବୋଲି ସାବରଙ୍ଗ ଫାଣ୍ଡିରେ ଅଭିଯୋଗ ହୋଇଥିଲା। ପୋଲିସ ତଦନ୍ତ କରି ୩୩୨/୨୦ରେ ଏକ ମାମଲା ରୁଜୁ କରିଥିଲା। ଏନେଇ ସାବରଙ୍ଗ ଫାଣ୍ଡି ଓ ଗ୍ରାମାଞ୍ଚଳ ପୋଲିସ ମଙ୍ଗଳବାର ତିନି ଚୋରଙ୍କୁ ଗିରଫ କରି ଚୋରି ସାମଗ୍ରୀ ଉଦ୍ଧାର କରିଥିଲା। ବୁଧବାର ଗ୍ରାମାଞ୍ଚଳ ଥାନା ପରିସରରେ ଏକ ଖବରଦାତା ସମ୍ମିଳନୀରେ ଅତିରିକ୍ତ ଏସ୍‌ପି କୈଳାସ ପରିଡ଼ା, ଏସ୍‌ଡିପିଓ ସୁନୀଲ ନନ୍ଦ ଓ ଥାନାଧିକାରୀ ପ୍ରଭାଂଶୁ ମିଶ୍ର ଏହି ଚୋରି ଘଟଣାର ପର୍ଦ୍ଦାଫାଶ କରିଛନ୍ତି। ଗିରଫ ତିନିଜଣ ହେଲେ ତିହିଡ଼ି ଥାନା ଅଧିନସ୍ଥ ହାତୁଆରି ଗାଁର ଅଶୋକ କୁମାର ମହାପାତ୍ର ଓ ଭୋଳାନାଥ ମହାଳିକ, ଗୋରାମାଟିର ନାରାୟଣ ସାମଲ। ସମସ୍ତଙ୍କୁ ବୁଧବାର କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri