ସଙ୍ଗରୋଧ କେନ୍ଦ୍ରରେ ମଦ ଯୋଗାଣକୁ ବିରୋଧ କରିବାରୁ ସରପଞ୍ଚଙ୍କୁ ଆକ୍ରମଣ

ପୋଲସରା,୩୧ା୫(ଡି.ଏନ.ଏ.)- ସଙ୍ଗରୋଧ କେନ୍ଦ୍ରରେ ଥିବା ଅନ୍ତେବାସୀଙ୍କୁ ସମ୍ପର୍କୀୟ ମଦ ଦେବାକୁ ଯାଇଥିବାବେଳେ ଏହାକୁ ବିରୋଧ କରିବାରୁ କଳମ୍ବ ସରପଞ୍ଚଙ୍କୁ ଆକ୍ରମଣ ହୋଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ ଟାୟାର ଜାଳି ରାସ୍ତାରୋକୋ କରିଛନ୍ତି। ପୋଲସରା ବ୍ଲକ କଳମ୍ବ ପଞ୍ଚାୟତ କଳମ୍ବ ନୋଡାଲ ୟୁପି ସ୍କୁଲ ସଙ୍ଗରୋଧ କେନ୍ଦ୍ରରେ ପ୍ରବାସୀ ଓଡିଆ ରହୁଛନ୍ତି। ରବିବାର ସନ୍ଧ୍ୟାରେ ୩ଜଣ ଯୁବକ ସଙ୍ଗରୋଧରେ ଥିବା ସମ୍ପର୍କୀୟଙ୍କୁ ମଦ ଦେବାକୁ ଯାଇଥିଲେ। ସେଠାରେ କୋଭିଡ୍‌ ଡ୍ୟୁଟିରେ ଥିବା ସାମାଜିକ କର୍ମୀ ଓ କଳମ୍ବ ସରପଞ୍ଚ ପ୍ରଶାନ୍ତ କୁମାର ପ୍ରଧାନ ଏହାକୁ ବିରୋଧ କରିଥିଲେ। ସମ୍ପୃକ୍ତ ୩ ଯୁବକ ସରପଞ୍ଚଙ୍କ ସହ ପାଟିତୁଣ୍ଡ କରିବା ସହ ଆକ୍ରମଣ କରିଥିଲେ। ଗ୍ରାମବାସୀ ଖବର ପାଇ ଅଭିଯୁକ୍ତଙ୍କୁ ଗିରଫ ଓ ମଦ ବନ୍ଦ ଦାବିରେ ଟାୟାର ଜାଳି କଳମ୍ବ-ପୋଲସରା ମୁଖ୍ୟରାସ୍ତାକୁ ଅବରୋଧ କରିଥିଲେ। ପୋଲସରା ପୋଲିସ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ସେମାନେ ଶୁଣି ନ ଥିଲେ। ମଦକୁ ନେଇ କଳମ୍ବ ପଞ୍ଚାୟତରେ ବାରମ୍ବାର ବିଶୃଙ୍ଖଳା ହେଉଛି, ପୋଲିସକୁ ଜଣାଇଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉନଥିବା ସରପଞ୍ଚ ଅଭିଯୋଗ କରିଛନ୍ତି। ପୋଲସରା ତହସିଲଦାର ସୁକାନ୍ତ ମିଶ୍ର ଘଟଣାସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri