ସଙ୍ଗରୋଧ କେନ୍ଦ୍ରରେ ଶିକ୍ଷକଙ୍କୁ ମାଡ଼ ଘଟଣା : କାର୍ଯ୍ୟାନୁଷ୍ଠାନ ଦାବି କଲା ଓଷ୍ଟା

ବାଲେଶ୍ୱର ଅଫିସ, ୨୬।୫-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ଥିବା ତୋଟାପଡ଼ା ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକ ଲକ୍ଷ୍ମୀଧର ପରିଡ଼ାଙ୍କୁ ଗତ ୨୪ ତାରିଖରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ସେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଓ ଅନ୍ୟ ସଙ୍ଗଠନ ତରଫରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ମଙ୍ଗଳବାର ଓଷ୍ଟା ବାଲେଶ୍ୱର ଶାଖା ପକ୍ଷରୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକଙ୍କୁ ଦିଆଯାଇଛି।
ଖଇରାର ଶିକ୍ଷକ ସମନ୍ବୟ ସମିତି ପକ୍ଷରୁ ପର୍ଯ୍ୟଟନ ମନ୍ତ୍ରୀ ତଥା ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଡ଼ିଓ, ତହସିଲଦାର ଓ ସିମୁଳିଆ ଥାନାଧିକାରୀଙ୍କୁ ଲିଖିତ ଭାବେ ଜଣାଯାଇଛି। ଆକ୍ରମଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ସଂଘ ପକ୍ଷରୁ ଆନ୍ଦୋଳନ କରାଯିବା ସହ ଆବଶ୍ୟକ ପଡ଼ିଲେ କୋଭିଡ୍‌-୧୯ ଦାୟିତ୍ୱରୁ ଓହରିଯିବେ ବୋଲି ସଭାପତି ବାଦଲ ଚନ୍ଦ୍ର ପାତ୍ର, ସମ୍ପାଦକ ମନୋରଞ୍ଜନ ଦାସ, ଶିକ୍ଷକ ନେତା ଅକ୍ଷୟ ମିଶ୍ର, ଦୀପକ କୁମାର ଆଚାର୍ଯ୍ୟ, ରାଜେନ୍ଦୁ ବିକାଶ ପାତ୍ର, ନିରଞ୍ଜନ ଦାସ, ନବକିଶୋର ବାରିକ, ଷଡ଼ାନନ ପାଣିଗ୍ରାହୀ, ରାଧାକାନ୍ତ ପଣ୍ଡା, ଅସିତ ଦାସ ପ୍ରମୁଖ ପ୍ରେସ୍‌ ବିବୃତିରେ ଜଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri