ସଙ୍ଗରୋଧ କେନ୍ଦ୍ର ଛାଡିବାକୁ ଅନିଚ୍ଛୁକ ପ୍ରବାସୀ: ଘରକୁ ଗଲାବେଳେ କାନ୍ଦୁଛନ୍ତି

ଜୁନାଗଡ଼,୧୪।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ମହିଚଳା ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ପ୍ରବାସୀମାନେ ଯିବାକୁ ଅନିଚ୍ଛୁକ ହେଉଛନ୍ତି। ମହିଚଳା ସରପଞ୍ଚ ଅଜୟ ବେହେରାଙ୍କ ଭଲପାଇବା ଏଭଳି ଭାବରେ ପ୍ରବାସୀଙ୍କୁ ବାନ୍ଧି ରଖିଛି ଯେ ସଙ୍ଗରୋଧ କେନ୍ଦ୍ର ଛାଡିବାକୁ ସେମାନେ ଅନିଚ୍ଛା ପ୍ରକାଶ କରିଛନ୍ତି।
ପ୍ରକାଶ ଯେ, ରାଜ୍ୟ ବାହାରୁ ଆସୁଥିବା ପ୍ରବାସୀମାନଙ୍କୁ ବିଭିନ୍ନ ପଞ୍ଚାୟତ ସ୍ତରରେ ସଙ୍ଗରୋଧ କେନ୍ଦ୍ରରେ ରଖାଯାଉଥିବା ବେଳେ ସରପଞ୍ଚଙ୍କୁ ଜିଲାପାଳ ଦାୟିତ୍ୱ ଦେବା ସହିତ ପ୍ରବାସୀ ମାନଙ୍କ ସମସ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜୁନାଗଡ଼ ବ୍ଲକ ଅନ୍ତର୍ଗତ ମହିଚଳା ସଙ୍ଗରୋଧ କେନ୍ଦ୍ରରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୮୦ ଜଣ ପ୍ରବାସୀ ରହୁଥିଲେ । ସରପଞ୍ଚ ଅଜୟ କୁମାର ବେହେରା ପ୍ରବାସୀଙ୍କୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେଉଛନ୍ତି । ବିଶେଷ କରି ଏହି କେନ୍ଦ୍ରରେ ଅନେକ ଗର୍ଭବତୀ ପ୍ରବାସୀ ମହିଳା ଥିବା ବେଳେ ନିଜ ଖର୍ଚ୍ଚରେ ସେମାନଙ୍କୁ ସେବା ଯୋଗାଇ ଦେଉଛନ୍ତି । ଅନେକ ଗର୍ଭବତୀ ଓ ପ୍ରସୂତୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନେଉଛନ୍ତି । ପ୍ରତିଦିନ ସକାଳେ ଯୋଗ ଓ ବ୍ୟାୟାମ କରାଉଥିବା ବେଳେ ସାରେ ବିଭିନ୍ନ ମନୋରଞ୍ଜନ ଧର୍ମୀ କାର୍ଯ୍ୟକ୍ରମ କରୁଛନ୍ତି। ବର୍ତ୍ତମାନ ୮୦ ଜଣ ପ୍ରବାସୀଙ୍କୁ ଘରକୁ ଯିବାପାଇଁ କହିବାରୁ ସେମାନେ ସଙ୍ଗରୋଧ କେନ୍ଦ୍ର ଛାଡିଯିବାକୁ ଅନିଚ୍ଛା ପ୍ରକାଶ କରିଛନ୍ତି। ପରେ ଯିବା ସମୟରେ ଅନେକ ପ୍ରବାସୀ ମହିଳା ଓ ପୁରୁଷ ମନେ କାନ୍ଦିକାନ୍ଦି ଘରକୁ ଯଉଥିବା ଦୃଶ୍ୟ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ସମୁଦ୍ର ନୁହେଁ, ମରୁଭୂମିରୁ ମିଳିଲା ୫୦୦ ବର୍ଷ ପୁରୁଣା ଜାହାଜ; ଭିତରୁ ବାହାରିଲା କୋଟି କୋଟି ଟଙ୍କାର ଖଜଣା

ନୂଆଦିଲ୍ଲୀ,୨୬ା୭: କଳ୍ପନା କରନ୍ତୁ, ଯେଉଁଠି ଚାରିଆଡ଼େ କେବଳ ବାଲି ହିଁ ବାଲି, ସେଠାରେ ଅଚାନକ ଏକ ପୁରୁଣା ଜାହାଜ ମିଳିଗଲେ କେମିତି ଲାଗିବ? ଏପରି ହିଁ ଘଟିଥିଲା…

ଲୋହିତ ସାଗର ଜଳିଗଲେ ବି ‘ଇରାନର କୁମ୍ଭକର୍ଣ୍ଣ’ ଭାରତର କିଛି କ୍ଷତି କରିପାରିବ ନାହିଁ

ତେହରାନ/ନୂଆଦିଲ୍ଲୀ,୨୬।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ଏପର୍ଯ୍ୟନ୍ତ କେବଳ ହର୍ମୁଜ ପ୍ରଣାଳୀ ଜାହାଜ ଚଳାଚଳ ପାଇଁ ବନ୍ଦ ଥିଲା, କିନ୍ତୁ ଏହି ସଂଘର୍ଷର…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା…

ଘୁଙ୍ଗିଯୋର ପୋଲ ଉପରେ ୫ ଫୁଟ ବନ୍ୟାଜଳ: ବୀରମହାରାଜପୁର–ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୨୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଭୂତିଆପାଲି ଏବଂ ଲୁତୁରପଙ୍କ ପଞ୍ଚାୟତର ମେଣ୍ଡିଲିପାଲି ମଧ୍ୟରେ ପ୍ରବାହିତ ଘୁଙ୍ଗିଯୋରରେ ବନ୍ୟାଜଳ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri