ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ରାଇରଙ୍ଗପୁର/ବିଶୋଇ,୧୫ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ବାଜ ଗୁରୁବାର ବିଭିନ୍ନ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରିଥିଲେ। ଜିଲାପାଳଙ୍କ ସହିତ ଜିଲା ଚିକିତ୍ସାଧିକାରୀ ରୂପଭାନୁ ମିଶ୍ର, ଉପଜିଲାପାଳ ଧର୍ମାନନ୍ଦ ବେହେରା, ବିଶୋଇ ବିଡ଼ିଓ ଏମ.ଡି ଫିରଜ ଖାନ, ତହସିଲଦାର ଚନ୍ଦ୍ରଶେଖର ଗରେଇ, ମଣଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ରଜତ ବେହେରା ଓ ବ୍ଲକ ପ୍ରୋଗ୍ରାମ ମ୍ୟାନେଜର ଶିବନାରାୟଣ ଦତ୍ତ ପ୍ରମୁଖ ବିଶୋଇ ବ୍ଲକର ଖଡ଼ମବେଡା ପଞ୍ଚାୟତ ସ୍ଥିତ ଖଡ଼ମବେଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ଥିବା ଆଇସୋଲେଶନ ସେଣ୍ଟର ପରିଦର୍ଶନ କରିଥିଲେ। ପରେ ଜଗନ୍ନାଥପୁର ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ର ଓ ବଡ଼ାଯୋଡି ସରକାରୀ ଉ:ପ୍ରା ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରକୁ ଯାଇଥିଲେ। ଏହି ୨ଟି ସଙ୍ଗରୋଧ କେନ୍ଦ୍ରର ସ୍ଥିତି ପରଖିବା ସହିତ ପ୍ରବାସୀମାନଙ୍କ ନିମନ୍ତେ ହୋଇଥିବା ବିଭିନ୍ନ ବ୍ୟବସ୍ଥା ବିଷୟରେ ପଚାରି ବୁଝିଥିଲେ। ପରେ ଜିଲାପାଳଙ୍କ ଉପସ୍ଥିତିରେ ବଡ଼ାଯୋଡି ସଙ୍ଗରୋଧ କେନ୍ଦ୍ରରେ ୫ ଜଣ ପ୍ରବାସୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ସେହିପରି ରାଇରଙ୍ଗପୁର ପୌରାଞ୍ଚଳ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସ, ବ୍ଲକ ପଡ଼ିଆ ନିକଟସ୍ଥ କଲେଜ ଛାତ୍ରାବାସରେ ହୋଇଥିତ୍ବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ବୁଲି ଦେଖିଥିଲେ। ବଜାତଳା ,ବହଳଦା ଓ ତିରିଂ ବ୍ଲକର ବିଭିନ୍ନ ସଙ୍ଗରୋଧ କେନ୍ଦ୍ର ଜିଲାପାଳ ପରିଦର୍ଶନ କରି ପ୍ରବାସୀଙ୍କ ସ୍ବାସ୍ଥ୍ୟସେବା ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri