ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ବ୍ରହ୍ମପୁର ଉପଜିଲାପାଳ

ଦିଗପହଣ୍ଡି,୮।୬(ଡି.ଏନ.ଏ.): ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ଦିଗପହଣ୍ଡି ବ୍ଲକ ଗସ୍ତରେ ଆସି ସିଦ୍ଧେଶର, ଗୋକର୍ଣ୍ଣପୁର ଏବଂ ବି.ତୁରୁବୁଡି ପଞ୍ଚାୟତେ ଥିବା ବିଭିନ୍ନ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରିଛନ୍ତି। ଘରୋଇ ସଙ୍ଗରୋଧରେ ରହୁଥିବା ପ୍ରବାସୀ ଫେରନ୍ତାମାନେ ଘରେ ନରହି ବାହାରେ ବୁଲାବୁଲି କଲେ ଗୋଷ୍ଠୀ ସଂକ୍ରମଣର ଆଶଙ୍କା ରହିଥିବାରୁ ଉପଜିଲାପାଳ କୌଣସି ପୂର୍ବ ସୂଚନା ନଦେଇ ଅଚାନକ ଏହି ସବୁ ଗାଁ ଗୁଡ଼ିକୁ ପରିଦର୍ଶନ କରିଥିଲେ। ଏହି ସମୟରେ ସଙ୍ଗରୋଧ ଅବଧି ପୂରଣ କରିଥିବା ଅନ୍ତେବାସୀମାନେ ସେମାନଙ୍କ ପ୍ରୋତ୍ସାହନ ରାଶି ୧୦୦୦ ଟଙ୍କା ପାଇଛନ୍ତି କି ନାହିଁ ସେମାନଙ୍କୁ ପଚାରି ବୁଝିବା ସହ ଘରୋଇ ସଙ୍ଗରୋଧରେ ରହୁଥିବା ଲୋକଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ସରପଞ୍ଚ ପ୍ରତିନିଧି ଅସିତ କୁମାର ସାହୁ, ସରୋଜ ଜେନା ଏବଂ କୁରେଶୁ ସେଠୀଙ୍କୁ ପରାମର୍ଶ ଦେଇଥିଲେ। ଉପଜିଲାପାଳଙ୍କ ଗସ୍ତ ସମୟରେ ଦିଗପହଣ୍ଡି ବିଡିଓ ହଳଧର ଶବର,ସିଡିପିଓ ଯଶୋବନ୍ତି ସାହୁ, ସ୍ଥାନୀୟ ଅଙ୍ଗନବାଡି,ଆଶା କର୍ମୀ ଏବଂ ମହିଳା ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri