Posted inଖେଳ

ସଚିନଙ୍କ ବଡ଼ ପ୍ରଶଂସକ, କିନ୍ତୁ ଧୋନୀଙ୍କ ଭଳି ମାରୁଛନ୍ତି ଛକା

ମୁମ୍ବାଇ,୧୩।୧: ଆସନ୍ତା ଫେବୃୟାରୀ ୨୧ ତାରିଖରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବାକୁ ଯାଉଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ବିଶ୍ୱକପ ପାଇଁ ଏକ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ହରମନପ୍ରୀତ କୌରଙ୍କୁ ଏହି ଦଳର ନେତୃତ୍ୱ ପ୍ରଦାନ କରାଯାଇଛି। ବେଙ୍ଗଲ ବ୍ୟାଟ୍ସଓମ୍ୟାନ ରିଚା ଘୋଷ ଏକ ମାତ୍ର ନୂଆମୁହଁ ଭାବେ ଦଳରେ ସ୍ଥାନ ପାଇଛନ୍ତି। ମାତ୍ର ୪ ବର୍ଷ ବୟସରେ ବ୍ୟାଟ୍‌ ଧରିଥିବା ରିଚା ୧୬ ବର୍ଷ ବୟସରେ ବିଶ୍ୱକପ୍‌ ଖେଳିବାକୁ ଯାଉଛନ୍ତି। ସବୁବେଳେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ନିଜର ଆଦର୍ଶ ମାନୁଥିବା ରିଚା କହନ୍ତି, ଏତେ ଶୀଘ୍ର ବିଶ୍ୱକପ୍‌ ଖେଳିବି ବୋଲି କେବେ ସ୍ବପ୍ନରେ ସୁଦ୍ଧା ଭାବି ନ ଥିଲି। ଆଜି ଯେଉଁ ଜାଗାରେ ପହଞ୍ଚିଛି ତାହା ମୋ ପିତାଙ୍କ ଯୋଗୁ ସମ୍ଭବ ହୋଇଛି ବୋଲି ସେ କହିଛନ୍ତି। ସଚିନଙ୍କ ବ୍ୟାଟିଂ ଷ୍ଟାଇଲ୍‌ ରିଚାଙ୍କୁ ବେଶ୍‌ ପସନ୍ଦ। ତାଙ୍କୁ ସବୁବେଳେ ଅନୁକରଣ କରିଥାନ୍ତି। କିନ୍ତୁ ମହେନ୍ଦ୍ର ସିଂ ଧୋନୀଙ୍କ ଭଳି ଛକା ମାରିବାକୁ ଚେଷ୍ଟା କରନ୍ତି ରିଚା। ଅନେକଥର ଏଥିରେ ସେ ସଫଳ ମଧ୍ୟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri