Posted inଖେଳ

ସଚିନଙ୍କ ୧୦୦ ଶତକ ରେକର୍ଡକୁ ଭାଙ୍ଗିପାରିବେ କୋହଲି: ବ୍ରେଟ୍‌ ଲି

ମୁମ୍ବାଇ, ୨୫।୪ (ପି.ଟି.): ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ୧୦୦ ଅନ୍ତର୍ଜାତୀୟ ଶତକ ହାସଲ ରେକର୍ଡକୁ ଭାରତୀୟ ଅଧିନାୟକ ବିରାଟ କୋହଲି ଭାଙ୍ଗିପାରିବେ ବୋଲି ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ବ୍ରେଟ୍‌ ଲି କହିଛନ୍ତି। ତେବେ ଏଥପାଇଁ କୋହଲି ଆଉ ୭-୮ ବର୍ଷ ନିରବଚ୍ଛିନ୍ନ ଭାବେ ଖେଳିବା ସହ ଏହି ଫର୍ମକୁ ବଜାୟ ରଖିବାକୁ ପଡିବ। ଦିନିକିଆରେ ସଚିନ ସର୍ବାଧିକ ୪୯ଟି ଶତକ ହାସଲ କରି ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ଏହି ଦୃଷ୍ଟିକୋଣରୁ ଦେଖିବାକୁ ଗଲେ କୋହଲି ୨୪୮ଟି ଦିନିକିଆ ଖେଳି ଏପର୍ଯ୍ୟନ୍ତ ୪୩ଟି ଶତକ ହାସଲ କରିସାରିଲେଣି।
ସେହିପରି ଟେଷ୍ଟ ଫର୍ମାଟ୍‌ରେ ମଧ୍ୟ ସଚିନ ସର୍ବାଧିକ ୫୧ଟି ଶତକ ହାସଲ କରି ବିଶ୍ୱ ରେକର୍ଡ କରିଛନ୍ତି। ତେବେ କୋହଲି ୮୬ଟି ଟେଷ୍ଟ ଖେଳି ଏପର୍ଯ୍ୟନ୍ତ ୨୭ଟି ଶତକ ହାସଲ କରିଛନ୍ତି। କୋହଲିଙ୍କ ପାଖରେ ପ୍ରତିଭା, ଫିଟ୍‌ନେସ୍‌ ଓ ମାନସିକ ଦୃଢତା ରହିଛି। ମାନସିକ ଦୃଢତାର କାରଣରୁ କୋହଲି ବିଦେଶରେ ମଧ୍ୟ ଅତି ସହଜରେ ଶତକ ହାସଲ କରିଛନ୍ତି। ତେଣୁ ସେ ସଚିନଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ ନୁହେଁ ବୋଲି ଲି କହିଛନ୍ତି। ଲି କ୍ୟାରିୟରରେ ୭୬ ଟେଷ୍ଟ, ୨୨୧ଟି ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି।
ଆଗକୁ ଆଉ ୭-୮ ବର୍ଷ ଏହି ଭଳି ଖେଳ ଜାରି ରଖିଲେ କୋହଲି ନିଶ୍ଚିତ ଭାବେ ସଚିନଙ୍କ ରେକର୍ଡ ଭାଙ୍ଗିବେ। କ୍ରମାଗତ ୨୪ ବର୍ଷ ଖେଳିବା ପରେ ସଚିନ ୨୦୧୩ରେ ଅବସର ଘୋଷଣା କରିଥିଲେ। ସେ କ୍ରିକେଟର ପ୍ରାୟ ସବୁ ବ୍ୟାଟିଂ ରେକର୍ଡ ଭାଙ୍ଗିବାରେ ସକ୍ଷମ ହୋଇଥିଲେ। ସଚିନଙ୍କ ପଦାନୁସରଣ କରି କୋହଲି ଏବେ ସାରା ବିଶ୍ୱରେ ବହୁ ପରିମାଣରେ ରନ୍‌ ସଂଗ୍ରହ କରୁଛନ୍ତି ବୋଲି ଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri