ସଚିବଙ୍କ ମୁନିଗୁଡ଼ା ଗସ୍ତ: ସ୍ବାସ୍ଥ୍ୟକେନ୍ଦ୍ର, ବିଦ୍ୟାଳୟ, ଅଙ୍ଗନଓ୍ବାଡି କେନ୍ଦ୍ର ବୁଲି ଦେଖିଲେ

ମୁନିଗୁଡା,୨୯।୧୦(ଡି.ଏନ୍‌.ଏ.): ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତିର ପ୍ରମୁଖ ସଚିବ ଅନୁ ଗର୍ଗ ମଙ୍ଗଳବାର ମୁନିଗୁଡା ବ୍ଲକ ଗସ୍ତ କରି ବିଭିନ୍ନ ଯୋଜନା ବୁଲି ଦେଖିଛନ୍ତି। ସଚିବ ପ୍ରଥମେ ମୁନିଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଔଷଧ ବିତରଣ କେନ୍ଦ୍ର ବୁଲି ଦେଖିବା ସହ କିପରି ଔଷଧ ବିତରଣ କରାଯାଉଛି ସେନେଇ ରୋଗୀ ମାନଙ୍କୁ ପଚାରି ବୁଝିଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ବିଭିନ୍ନ ବିଭାଗ ବୁଲି ଦେଖିବା ସହ କେତେଜଣ ଡାକ୍ତର ଅଛନ୍ତି ଏବଂ କ’ଣ ସମସ୍ୟା ରହିଛି ସେନେଇ ମେଡିକାଲ ଅଫିସର ଡା.ସଞ୍ଜୟ କୁମାରଙ୍କୁ ପଚାରି ବୁଝିବା ସହ ଅଧିକ ଆଲୋଚନା କରିଥିଲେ। ପରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପହଞ୍ଚି ସ୍କୁଲ ଓ ହଷ୍ଟେଲ ପରିଦର୍ଶନ କରି ବିଦ୍ୟାଳୟର ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ। ଛାତ୍ରୀମାନଙ୍କ ସହ ପାଠପଢ଼ା ସମ୍ବନ୍ଧରେ ଆଲୋଚନା କରିଥିଲେ। ପରେ ସଚିବ କରଡ଼ାବନ୍ଦ,ଭୁରୁସିଖୁମା, ଖୁଣ୍ଟବାଡ଼ି ଆଦି ସ୍ଥାନକୁ ପରିଦର୍ଶନରେ ଯାଇ ଅଙ୍ଗନବାଡି କେନ୍ଦ୍ର, ଉଠା ଜଳସେଚନ କେନ୍ଦ୍ର ସହ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଥିଲେ l ଏହି ଗସ୍ତ ସମୟରେ ପ୍ରମୁଖ ସଚିବଙ୍କ ସହ ରାୟଗଡା ପିଡି ଡିଆର୍‌ଡିଏ ଅମୃତ ରିତୁରାଜ, ପିଏ ଆଇଟିଡିଏ ଗୋରାଚାନ୍ଦ ଗମାଙ୍ଗ, ଡିଡବ୍ଲୁଓ ନନ୍ଦଲାଲ ବିଶ୍ୱାଳ, ସିଡିଏମ୍‌ଓ ଆର୍ତ୍ତବନ୍ଧୁ ନାୟକ, ଡିଏସ୍‌ଡବ୍ଲୁଓ, ମୁନିଗୁଡା ବିଡିଓ ଦିଲ୍ଲୀପ କୁମାର ବେହେରା, ସହକାରୀ ଯନ୍ତ୍ରୀ ରାମ ଚନ୍ଦ୍ର ପ୍ରଧାନ, ଏପିଓ ମାନସୀ ପାତ୍ର, ବିଏସ୍‌ଏସ୍‌ଓ ରଞ୍ଜିତା ବେହେରାଙ୍କ ସମେତ ବହୁ ଜଲା ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ I


Enter your email to get our daily news in your inbox.

All Right Reserved By Dharitri.Com

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri