ସଚେତନତାରେ ଆସିବ ପରିବର୍ତ୍ତନ

ସୋନପୁର,୩୧।୫(ନି.ପ୍ର): ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ତମାଖୁ ମୁକ୍ତ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଜିଲା ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ ସଚେତନତା ସଭାରେ ଅଧ୍ୟକ୍ଷତା କରି ଜିଲାପାଳ ମଧୁସୂଦନ ମିଶ୍ର ସଚେତନତା ଦ୍ୱାରା ହିଁ ସକାରାତ୍ମକ ପରିବର୍ତ୍ତନ ଆସିବ ବୋଲି ମତପ୍ରକାଶ କରିଥିଲେ। ବ୍ୟାପକ ଜନସଚେତନତା କାର୍ଯ୍ୟକ୍ରମ ଏବଂ ସ୍କ୍ରିନିଂ ଶିବିର ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ସେହିପରି ତମାଖୁର ବ୍ୟବହାରକୁ ରୋକିବା ପାଇଁ ଚଢାଉ ଓ ସଚେତନତା ସକାଶେ ଜିଲା ଓ ବ୍ଲକସ୍ତରରେ ଟିମ୍‌ ଗଠନ କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ଜିଲା ଆରକ୍ଷୀ ଅଧିକ୍ଷକ ଦେବୀ ପ୍ରସାଦ ଦାଶ ତମାଖୁ ନିରୋଧ ଆଇନ ସମ୍ପର୍କରେ ଆଲୋଚନା କରିବା ସହ ସମାଜକୁ ତମାଖୁମୁକ୍ତ କରିବାକୁ ହେଲେ ଆହୁରି କଠୋର ଆଇନ ପ୍ରଣୟନର ଆବଶ୍ୟକତା ଅଛି ବୋଲି କହିଥିଲେ। ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ଅନ୍ୟତମ ସମ୍ମାନିତ ଅତିଥିଭାବେ ଯୋଗଦେଇ ଦୃଢ ମନୋବଳ ଦ୍ୱାରା ଜଣେ ନିଜକୁ ତମାଖୁଠାରୁ ଦୂରେଇ ଦେଇ ପାରିବ ବୋଲି କହିଥିଲେ। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସରୋଜ କୁମାର ନାୟକ ନିଜ ବ୍ୟକ୍ତିଗତ ଅନୁଭୂତିକୁ ପ୍ରକାଶ କରି କହିଲେ ଯେ, କେବଳ ଆଇନ ପ୍ରଣୟନ ଦ୍ୱାରା ପରିବର୍ତ୍ତନ ସମ୍ଭବ ନୁହେଁ। ଏଥିପାଇଁ ବ୍ୟକ୍ତିଗତ ସ୍ତରରେ ସଚେତନତା ନିହାତି ଜରୁରୀ। ଭାରପ୍ରାପ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ନବ କିଶୋର ଦାସ ଯୋଗଦେଇ ଆଗାମୀ ଦିନରେ ଜିଲାର ବିଭିନ୍ନ ସ୍କୁଲ, କଲେଜ ତଥା ସହରର ବସ୍ତି ଅଞ୍ଚଳରେ ସଚେତନତା ତଥା ସ୍କ୍ରିନିଂ ଶିବିର ସବୁ ଆୟୋଜନ କରାଯିବାର ଯୋଜନା ରହିଛି ବୋଲି ସୂଚନା ପ୍ରଦାନ କରିଥିଲେ। ପ୍ରାକ୍ତନ ବିଧାୟକ ଦେବରାଜ ସେଠ୍‌ ସମ୍ମାନିତ ଅତିଥିଭାବେ ଯୋଗଦେଇ ଜିଲାକୁ ତମାଖୁମୁକ୍ତ କରିବାକୁ ଆହ୍ବାନ ଦେଇଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟ ନିରୀକ୍ଷକ ଡାକ୍ତର ପ୍ରଦୀପ କୁମାର ଗୁରୁ, ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ଟିବି) ଡାକ୍ତର ପଦ୍ମହଂସା ଦୋରା, ଜିଲା କୁଷ୍ଠ ଅଧିକାରୀ ଡାକ୍ତର ପ୍ରମୋଦ ଚନ୍ଦ୍ର ବିଶ୍ୱାଳ ଓ ଏନଏଚଏମ୍‌ ଡିପିଏମ ଡ. ମୌସୁମୀ ମିଶ୍ର ଉପସ୍ଥିତ ଥିଲେ। ଡାକ୍ତର ସୁବ୍ରତ କୁମାର ଶତପଥୀ ତମାଖୁ ଓ ଫୁସଫୁସ ସ୍ବାସ୍ଥ୍ୟ ଉପରେ ଆଲୋଚନା କରିଥିଲେ। ସଚେତନତା ସଭା ପରେ ଏକ ଦସ୍ତଖତ ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri