ମାଲକାନଗିରି, ୩୧।୧୦(ଡି.ଏନ୍.ଏ): ମାଲକାନଗିରି ଜିଲାରେ ବିଭିନ୍ନ ସମୟରେ ରୋଗୀ, ଗର୍ଭବତୀ ଓ ମୃତଦେହ ଭାରରେ ବୁହାହେବା ଘଟଣା ଘଟୁଥିବା ଦେଖିବାକୁ ମିଳିଥାଏ। ହେଲେ ସଚେତନତା ଅଭାବରୁ ଜଣେ ମହିଳାଙ୍କୁ ଗୁଣିଆ ପାଖରେ ଚିକିତ୍ସା କରାଇବା ଏବଂ ତାଙ୍କର ମୃତ୍ୟୁ ଘଟିବା ପରେ ମୃତଦେହକୁ ଭାରରେ ବୁହାହେବା ପରି ଘଟଣା ନଜରକୁ ଆସିଛି।
ସୂଚନା ଅନୁଯାୟୀ, ମାଲକାନଗିରି ଜିଲା ମାଥିଲି ବ୍ଲକ ଟେମୁରୁପାଲ୍ଲୀ ଗ୍ରାମର ମୁଡେ କାଲମାରି(୩୦)ଙ୍କୁ ଜ୍ୱର ହେବା ସହ ହାତ ଗୋଡ଼ ବିନ୍ଧା ହେଉଥିଲା । ପରିବାରଲୋକେ ତାଙ୍କୁ ଚିକିତ୍ସା ପାଇଁ ମାଥିଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଏଠାରେ ଚିିକିତ୍ସା ହେବ ନାହିଁ, ତେଣୁ ତାଙ୍କୁ ଘରକୁ ନେଇଯାଅ ବୋଲି ଡାକ୍ତର କହିଥିବା ସମ୍ପର୍କୀୟ ଅଭିଯୋଗ କରିଛନ୍ତି । ଏହାପରେ ସେମାନେ ବାଧ୍ୟ ହୋଇ ମାଥିଲିଠାରୁ ପ୍ରାୟ ୪ କିଲୋମିଟର ଦୂର ଗୁରୁଗୁଡ଼ା ଗ୍ରାମର ଜଣେ ଗୁଣିଆ ପାଖରେ ୨ ଦିନ ଚିକିତ୍ସା କରାଇବା ପରେ ବୁଧବାର ରାତିରେ ମହିଳାଙ୍କ ମୃତ୍ୟୁ ଘଟିଥିଲା । ତେବେ ମୃତଦେହକୁ ନିଜ ଗ୍ରାମକୁ ଗାଡ଼ି ଭଡ଼ାକରି ନେବାକୁ ଟଙ୍କା ନ ଥିବାରୁ ପରିବାରବର୍ଗ ଓ ସମ୍ପର୍କୀୟ ମିଶି ପ୍ରାୟ ୩୦ କିଲୋମିଟର ଖଟିଆରେ ବୋହି ନେଇଥିବା ଦେଖାଯାଇଛି । ଏବେବି ଜିଲାର ଲୋକେ ଅନ୍ଧବିଶ୍ୱାର ବଶବର୍ତ୍ତି ହୋଇ ଗୁଣି ଗାରେଡ଼ି ଉପରେ ନିର୍ଭର କରୁଛନ୍ତି । ଫଳରେ ଏଭଳି ଘଟଣାର ପୂନରାବୃତି ଘଟୁଛି । ସରକାର ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।
Posted inଆମ ଜିଲା ଖବର, ମାଲକାନଗିରି, ରାଜ୍ୟ View All
ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି
କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…
କାର୍କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍
ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଗୁରୁତର…
କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ
ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…
ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ
ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…
ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍ବେଗ
ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…
୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…
ବିଶାଖାପାଟଣାମ୍-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…
ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…
ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

