ସଚେତନତା ଲାଗି କଳାକୃତି

ସୋର, ୭ା୬(ଡି.ଏନ.ଏ.)-ସୋର ଉତ୍ତରେଶ୍ୱରସ୍ଥିତ ଏଲ୍‌ଏନ୍‌ ଆର୍ଟସ ପକ୍ଷରୁ କରୋନା ସଚେତନତା ଓ ପରବର୍ତ୍ତୀ ବିଶ୍ୱର କାୟାକଳ୍ପ ନେଇ ଏକ ସୃଜନାତ୍ମକ କଳା ଭାସ୍କର୍ଯ୍ୟ ପ୍ରଦର୍ଶନୀ ଓଡିଶା ଲଳିତକଳା ଏକାଡେମୀ ପରାମର୍ଶରେ ଆୟୋଜିତ ହୋଇଯାଇଛି। ଏହି ପଥର ମୂର୍ତ୍ତି ଖୋଦେଇ ଓ ଚିତ୍ରକଳା ଅନୁଷ୍ଠାନର ମୁଖ୍ୟ ବିଶିଷ୍ଟ ପଥରଶିଳ୍ପୀ ବ୍ରଜକିଶୋର ଜେନାଙ୍କ ତତ୍ତ୍ୱାବଧାନରେ ଭିନ୍ନ ଭିନ୍ନ ମଡେଲ ପ୍ରସ୍ତୁତ କରାଯାଇ ବିଶ୍ୱରେ କରୋନା ସଂକ୍ରମଣର ସାମାଜିକ, ମାନସିକ, ଆର୍ଥିକ ଓ ପରିବେଶଜନିତ ପ୍ରଭାବ ସହ ଏହି ମହାମାରୀର କାରଣ ଓ ନିରାକରଣ ନେଇ ସମାଜକୁ ସଚେତନତାର ବାର୍ତ୍ତା ଦିଆଯାଇଛି। ସାମାଜିକ ଦୂରତା ରକ୍ଷା କରି ଏହି ପ୍ରଦର୍ଶନୀ ଦେଖିବାକୁ ଆସୁଥିବା ଲୋକେ ବେଶ୍‌ ପ୍ରଭାବିତ ହୋଇଛନ୍ତି। ଶିଳ୍ପୀ ଖଗପତି ସାମଲ, ସନ୍ତୋଷ କୁମାର ଦାସ, ମନୋରଞ୍ଜନ ଜେନା, ଆଦିତ୍ୟ କୁମାର ଜେନା, ଲକ୍ଷ୍ମୀକାନ୍ତ ଦାସ, ବୃନ୍ଦାବନ ସେଠୀ ଓ ଅଜିତ କୁମାର ମାନ୍ନା ପ୍ରମୁଖ କଳାନୈପୁଣ୍ୟ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri