ସଚେତନତା ସତ୍ତ୍ୱେ ଗଞ୍ଜାମରେ ଅଲୋଡ଼ା ଶିଶୁକନ୍ୟା: ଦୁଇଟି ସ୍ଥାନରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର ଅଫିସ, ୧୫ା୨- ସରକାର କନ୍ୟା ସନ୍ତାନର ସୁରକ୍ଷା ପାଇଁ ଅନେକ ଯୋଜନା କରିଛନ୍ତି । ଏପରିକି କନ୍ୟା ସନ୍ତାନମାନେ ଦେଶର ଅମୂଲ୍ୟ ସମ୍ପତ୍ତି ବୋଲି ସରକାର ଅନେକ ଥର କହିଛନ୍ତି। ସେଥିପାଇଁ କେନ୍ଦ୍ର ସରକାର ବେଟି ବଚାଓ, ବେଟି ପଢ଼ାଓ ଯୋଜନା କରିଛନ୍ତି। ଅନ୍ୟପଟେ ଗଞ୍ଜାମ ଜିଲା ପ୍ରଶାସନ ତରଫରୁ ‘ମୋ ଗେହ୍ଲା ଝିଅ’ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏସବୁ ସତ୍ତ୍ୱେ ଜିଲାରେ ଏବେ ବି ଶିଶୁକନ୍ୟା ଅଲୋଡ଼ା ହୋଇପଡିଛି। ଏହି କ୍ରମରେ ଶନିବାର ସକାଳେ ବଡ଼ବଜାର ଥାନା ଅନ୍ତର୍ଗତ ବିନାୟକ ଆଚାର୍ଯ୍ୟ କଲେଜ ରାସ୍ତା କଡ଼ରେ ଥିବା ଡମ୍ପିଂ ପଏଣ୍ଟରୁ ଏକ ନବଜାତ ଶିଶୁକନ୍ୟାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି ୩/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସେହିପରି ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଏମ୍‌କେସିଜି ମେଡିକାଲ ଖେଳପଡ଼ିଆ ପାର୍ଶ୍ୱ ନାଳରୁ ପୋଲିସ ଏକ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରିଛି। କେହି ଜଣେ ମହିଳା ଶିଶୁକନ୍ୟାକୁ ଜନ୍ମ କରିବା ପରେ ଉକ୍ତ ନାଳରେ ଫୋପାଡ଼ି ଦେଇଥିବା ପୋଲିସ ସନ୍ଦେହ କରୁଛି। ଏନେଇ ପୋଲିସ ୭୩/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଭାରପ୍ରାପ୍ତ ଥାନାଧିକାରୀ ସୁମନ୍ତ କୁମାର କିଷାନ କହିଛନ୍ତି। ଏଥିସହ ପୋଲିସ ଉକ୍ତ ଘଟଣାର ତଦନ୍ତ କରୁଛି ବୋଲି କହିଛି। ଏବେ ବି ସମାଜରେ ଲୋକମାନଙ୍କ ମଧ୍ୟରେ ପୁଅ-ଝିଅର ତାରତମ୍ୟକୁ ନେଇ ଅନ୍ଧବିଶ୍ୱାସ ରହିଛି । ଗତ ୬ ମାସ ମଧ୍ୟରେ ଜିଲାର ବିଭିନ୍ନ ସ୍ଥାନରୁ ୮ ରୁ ଊର୍ଦ୍ଧ୍ୱ ଶିଶୁକନ୍ୟା ଚାଇଲ୍ଡ ଲାଇନ ପକ୍ଷରୁ ଉଦ୍ଧାର କରାଯାଇ ବାଳାଶ୍ରମରେ ଥିବା ପୋଷ୍ୟ ସନ୍ତାନ ଥଇଥାନ କେନ୍ଦ୍ରରେ ରଖାଯାଇଥିଲା। ସେମାନଙ୍କ ମଧ୍ୟରୁ ୨ ଜଣ ଶିଶୁକନ୍ୟାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଘଟଣାକୁ ନେଇ ଲୋକମାନଙ୍କୁ ଅଧିକ ସଚେତନ କରିବା ଆବଶ୍ୟକ ରହିଛି ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

ଟ୍ରେନ ଧକ୍କାରେ ମୁଣ୍ଡ ଗଣ୍ଡି ଅଲଗା, ରେଲୱେ ଟ୍ରାକରେ ପଡିଛି ମୃତଦେହ

ବଲାଙ୍ଗୀର,୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଲୱେ ଷ୍ଟେଶନ ନିକଟ ମହୁଲବାହାଲି ଗାଁ ନିକଟ ଟ୍ରାକରେ ପଡିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ। ଟ୍ରେନ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri