ସଚେତନତା ହିଁ ଆଣିବ ସ୍ଥିରତା

ସୋନପୁର,୧୧।୭(ନି.ପ୍ର.): ଜିଲା ସ୍ବାସ୍ଥ୍ୟ ସମିତି ସୁବର୍ଣ୍ଣପୁର ତରଫରୁ ବିଶ୍ୱ ଜନସଂଖ୍ୟା ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଅନୁଷ୍ଠିତ ସଚେତନତା ସଭାରେ ଅଧ୍ୟକ୍ଷତା କରି ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଦୀପ କୁମାର ଗୁରୁ ବ୍ୟାପକ ସଚେତନତା ଦ୍ୱାରା ହିଁ ସ୍ଥିରତା ସମ୍ଭବ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ସମଗ୍ର ଅଭିଯାନକୁ ଦୁଇଟି ପକ୍ଷରେ ପାଳନ କରାଯାଉଛି। ୨୭ ଜୁନ୍‌ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ଏହା ସଚେତନତା ପକ୍ଷ ହିସାବରେ ପାଳିତ ହେଉଥିବା ବେଳେ ୧୧ ଜୁଲାଇରୁ ୨୪ଜୁଲାଇ ପର୍ଯ୍ୟନ୍ତ ଏହା ସ୍ଥିରୀକରଣ ପକ୍ଷ ହିସାବରେ ପାଳିତ ହେବ। ଜିଲାରେ ପୁରୁଷ ବନ୍ଧ୍ୟାକରଣ ଅସ୍ତ୍ରୋପଚାର ସଂଖ୍ୟା ନଗନ୍ୟ ଥିବାରୁ ଏ ସମ୍ପର୍କରେ ବ୍ୟାପକ ସଚେତନତା ଉପରେ ଗୁରୁତ୍ୱ ଦିଆଯାଇଥିଲା। ସଚେତନତା ପକ୍ଷରେ ଲୋକଙ୍କୁ ସଚେତନ କରିବା ପାଇଁ ତୃଣମୂଳସ୍ତରରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ପରିବାର ନିୟୋଜନ ସକାଶେ ସଚେତନତା ସୃଷ୍ଟି ପାଇଁ ପୋଷ୍ଟର, ବେନର, ହୋଡିଂ, ଲିଫଲେଟ୍‌ ସଚେତନତା ରଥ, ଗାଁ କଲ୍ୟାଣ ସମିତି ତରଫରୁ ସଚେତନତା ବୈଠକ ପରି ବିଭିନ୍ନ ପଦକ୍ଷେପ ନିଆଯାଇଛି। ସ୍ଥିରୀକରଣ ପକ୍ଷରେ ଗ୍ରାମ୍ୟସ୍ତରରେ ଆଶାକର୍ମୀଙ୍କ ଠୁ ଆରମ୍ଭ କରି ସ୍ବାସ୍ଥ୍ୟ ଉପକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଉପଖଣ୍ଡ ଚିକିତ୍ସାଳୟ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ଗର୍ଭ ନିରୋଧକ ବଟିକା, କଣ୍ଡୋମ, ଆୟୁସିଡି ପାଇଁ ନିରୋଧକ ଇଞ୍ଜେକ୍‌ସନ ଅନ୍ତରା, ଗର୍ଭ ନିରୋଧକ ଅସ୍ତ୍ରୋପଚାର ଆଦି ସେବା ଉପଲବ୍ଧ କରାଯିବ। ଏହି ପକ୍ଷରେ ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପ୍ରତି ବ୍ଲକ ପାଇଁ ୪୫ସଂଖ୍ୟକ ମହିଳା ପରିବାର ନିୟୋଜନ ଅସ୍ତ୍ରୋପଚାର, ୧୫ ସଂଖ୍ୟକ ପୁରୁଷ ପରିବାର ନିୟୋଜନ ଅସ୍ତ୍ରୋପଚାର, ୧୨୦ସଂଖ୍ୟକ ଆୟୁସିଡି ଏବଂ ୫୦ ସଂଖ୍ୟକ ଅନ୍ତରା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଜିଲା ମ୍ୟାଲେରିଆ ଅଧିକାରୀ ଡାକ୍ତର ନବକିଶୋର ବେହେରା, ଜିଲା ଯକ୍ଷ୍ମା ଅଧିକାରୀ ଡାକ୍ତର ପଦ୍ମହଂସା ଦୋରା ପ୍ରମୁଖ ମଞ୍ଚାସୀନ ରହି ନିଜର ମତାମତ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର...

ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri