ସଚେତନ କରିବାକୁ ଆସି ଫସିଲେ: ବେଆଇନ ପାର୍କିଂ ଯୋଗୁ ୫ଶହ ଜରିମାନା ଦେଲେ ଅନନ୍ତ

ଭୁବନେଶ୍ୱର,୮।୯(ବ୍ୟୁରୋ): ଦେଶବ୍ୟାପୀ ନୂଆ ମୋଟର ଯାନ ଆଇନ ଲାଗୁ ହେବାପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାକୁ ନେଇ ଧରପଗଡ଼ ଚାଲିଛି। ବିଶେଷକରି ରାଜଧାନୀରେ ଟ୍ରାଫିକ୍‌ ଉଲ୍ଲଂଘନକାରୀଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ରବିବାର ଏହି ଜରିମାନାରୁ ବାଦ୍‌ ପଡିନାହାନ୍ତି ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା। ସ୍ଥାନୀୟ ଏଜି ଛକରେ ବେଆଇନ ପାର୍କିଂ କରିବାକୁ ନେଇ ଡିସିପିଙ୍କ ଉପସ୍ଥିିତିରେ ସେ ୫ ଶହ ଟଙ୍କା ଜରିମାନା ଦେଇଛନ୍ତି ।
ସୂଚନାନୁଯାୟୀ, ଅନନ୍ତ ଉକ୍ତ ଛକରେ ଲୋକମାନଙ୍କୁ ସଚେତନ କରାଇବା ଉଦ୍ଦେଶ୍ୟରେ ଚକୋଲେଟ ଏବଂ ଲିଫ୍‌ଲେଟ୍‌ ବଣ୍ଟନ କରୁଥିଲେ। ହେଲେ ସେହି ସମୟରେ ତାଙ୍କ ଡ୍ରାଇଭର ବେଆଇନ ଭାବେ ପାର୍କିଂ କରିଦେଇଥିଲେ। ଏହାକୁ ନେଇ ବିଧାୟକଙ୍କୁ ତଣ୍ଡ ଗଣିବାକୁ ପଡ଼ିଛି।
ତେବେ ଏନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ମୋ ଡ୍ରାଇଭରଙ୍କ ଗାଡ଼ି ପାର୍କିଂ ଭୁଲ ଥିଲା। ଜରିମାନା ଲଗାଯାଇଛି। ଆଇନ ସମସ୍ତଙ୍କ ପାଇଁ ସମାନ, ମାନିବାନି କାହିଁକି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri