ସଚେତନ ନାଗରିକ ଫୋରମର ଦାବି: ପ୍ରକଳ୍ପ ପାଇଁ ସଙ୍କୁଚିତ ନ ହେଉ ଭାଗୀରଥି ସାଗର

ଢେଙ୍କାନାଳ ଅଫିସ, ୧୧।୫- ଢେଙ୍କାନାଳବାସୀଙ୍କ ଐତିହ୍ୟ, ପରମ୍ପରା ଏବଂ ସଂସ୍କୃତି ସହିତ ଜଡ଼ିତ ଭାଗୀରଥି ସାଗର ସୁରକ୍ଷା ପାଇଁ ଅଣ୍ଟାଭିଡ଼ିଛି ସଚେତନ ନାଗରିକ ଫୋରମ୍‌। ରକ୍ଷଣାବେକ୍ଷଣ ଅଭାବରୁ ଦେଢ଼ଶହ ବର୍ଷର ଏହି ଜଳାଶୟର ଜଳଧାରଣ କ୍ଷମତା କମିବାରେ ଲାଗିଛି। ଏବେ ପୌର ପରିଷଦ ପକ୍ଷରୁ ସୌନ୍ଦର୍ଯ୍ୟକରଣ ପାଇଁ ଏହାର ଚତୁଃପାର୍ଶ୍ୱରେ ପ୍ରକଳ୍ପ ନିର୍ମାଣ କରାଯିବାକୁ ଯୋଜନା  କରାଯାଉଛି। ଏହା କାର୍ଯ୍ୟକାରୀ ହେଲେ ଭାଗୀରଥି ସାଗର ସଙ୍କୁଚିତ ହୋଇଯିବା ଆଶଙ୍କା ସୃଷ୍ଟି ହୋଇଛି। ଏହାକୁ ସହରର ସଚେତନ ନାଗରିକ ବିରୋଧ କରିବା ଆରମ୍ଭ କରିଛନ୍ତି।

ଅଭିଯୋଗ ଅନୁଯାୟୀ, ୨୬ ଏକର ବିଶିଷ୍ଟ ଉକ୍ତ ବୃହତ୍‌ ଜଳାଶୟ ଉପରେ ହଜାର ହଜାର ପରିବାର ନିର୍ଭରଶୀଳ। ନିକଟରେ ଏହାର ସୌନ୍ଦର୍ଯ୍ୟକରଣ ଲାଗି ଜଳାଶୟ ଚାରିପଟେ ଏକ ପ୍ରକଳ୍ପ ଆରମ୍ଭ ନିର୍ମାଣ କରିବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ଫଳରେ ପୋଖରୀ ଆହୁରି ସଙ୍କୁଚିତ ହୋଇଯିବ ବୋଲି ସଚେତନ ନାଗରିକ ଫୋରମ୍‌ ପକ୍ଷରୁ କୁହାଯାଇଛି। ପ୍ରସ୍ତାବିତ ପ୍ରକଳ୍ପ ଅନ୍ୟତ୍ର ସ୍ଥାନାନ୍ତର କରିବା ଏବଂ ପୋଖରୀ ଜଳ ଧାରଣ କ୍ଷମତା ବଢ଼ାଇବା ପାଇଁ ଦୀର୍ଘକାଳୀନ ଯୋଜନା ପ୍ରସ୍ତୁତ କରିବାକୁ  ଫୋରମ୍‌ ସଦସ୍ୟମାନେ ଶୁକ୍ରବାର  ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଜଳାଶୟରୁ ପଙ୍କ ଉଦ୍ଧାର କରିବା, ହୁଡ଼ାକୁ ପଥରବନ୍ଧ ଦ୍ୱାରା ସୁଦୃଢ଼ କରିବାକୁ ସେମାନେ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି।

ସଭାପତି ପ୍ରଦ୍ୟୁମ୍ନ ରଥ, ସମ୍ପାଦକ ଭରତ କୁମାର ଦାସ, ପଙ୍କଜ କୁମାର ନାୟକ, ସୁରେନ୍ଦ୍ର କୁମାର ସ୍ବାଇଁ, ଜ୍ଞାନରଞ୍ଜନ ଶତପଥୀ, ରୁଦ୍ରପ୍ରସାଦ ଶରଣ, ଉଦୟନାଥ ବେହେରା, ଦୀପକ ପ୍ରସାଦ ପଟ୍ଟନାୟକ, ଶୁଭଲକ୍ଷ୍ମୀ ସାହୁ, ରବିନାରାୟଣ ସେନଙ୍କ ସମେତ ବହୁ ଅଞ୍ଚଳବାସୀ ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୬ ବର୍ଷ ମାତୃଭୂମି ସେବା କରି ଜନ୍ମମାଟିକୁ ଫେରିଲେ ସଞ୍ଜିବ, ଧୁମଧାମରେ ସ୍ବାଗତ କଲେ ଗ୍ରାମବାସୀ

କେସିଙ୍ଗା,୩।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଖାସ ବାହାଲ ଗ୍ରାମର ସଞ୍ଜୀବ କୁମାର ଭୋଇ ଦୀର୍ଘ ୨୬ବର୍ଷ କାଳ ସି.ଆର.ପି.ଏଫ.ଇନ୍ସପେକ୍ଟର ଭାବେ ସୀମାସୁରକ୍ଷା ଦେଇ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ…

ଛତ୍ରପୁର ଗସ୍ତରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ, ବୁଲି ଦେଖିଲେ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁର ସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ…

ପୋଖରୀରେ ଭାସୁଥିଲା ମହିଳାଙ୍କ ମୃତଦେହ, ଲୋକେ ଗାଧୋଇବାକୁ ଯିବାବେଳେ…

ବୈଶିଙ୍ଗା,୩ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ନିକଟସ୍ଥ ନୂଆସାହି ଗ୍ରାମ ପୋଖରୀରୁ ବୁଧବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ବଡ଼ଭାଇଙ୍କ ଶେଷକୃତ୍ୟ ପାଇଁ ନିଜ ଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଅଶ୍ରୁଳ ଆଖିରେ ଭାଇଙ୍କୁ ବିଦାୟ ଦେଇ…

କେନ୍ଦୁଝର,୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ବାପାଙ୍କ ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ ଘଟିବା ପରେ ତାଙ୍କ ନିଜ ଗାଁ କେନ୍ଦୁଝର ଜିଲାର ରାଇକଳାକୁ…

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ

ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨…

ଚାଲିଥିଲା ବୈଠକ, ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲେ ଜିଲାପରିଷଦ ସଭ୍ୟ

ଖୋର୍ଦ୍ଧା,୩ା୬(ପ୍ରଭାତ ପାଣିଗ୍ରାହୀ): ଜିଲା ପରିଷଦ ବୈଠକରେ ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି। ଜନପ୍ରତିନିଧିଙ୍କୁ ବୋଲଗଡ ବିଡିଓଙ୍କ ଅଣଦେଖା, ଦୁର୍ବ୍ୟବହାର ଏବଂ ଅସହଯୋଗ ମନୋଭାବ ପ୍ରତିବାଦରେ ୨୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri