ସଜେଇ ହେଉଛି କପିଳାସ

ଢେଙ୍କାନାଳ ଅଫିସ,୨୦।୨ – ପ୍ରସିଦ୍ଧ ଜାଗରଯାତ୍ରାକୁ ନେଇ ସଜେଇ ହୋଇଛି କପିଳାସ। ମହାପ୍ରଭୁ ଶ୍ରୀଚନ୍ଦ୍ରଶେଖରଜୀଉଙ୍କ ଏହି ଯାତ୍ରାକୁ ଶୃଙ୍ଖଳିତ କରିବାକୁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ଏସ୍‌ପି ଅନୁପମା ଜେମ୍‌ସ ଏବଂ ବୁଧବାର ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ପୀଠକୁ ଯାଇ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଶ୍ରଦ୍ଧାଳୁମାନେ ଯେପରି କୌଣସି ସମସ୍ୟାରେ ନ ପଡ଼ନ୍ତି ସେଥିଲାଗି ଦୃଷ୍ଟି ଦେବାକୁ ଜିଲାପାଳ ସମସ୍ତ ବିଭାଗକୁ ସତର୍କ କରାଇଛନ୍ତି।


ଚଳିତବର୍ଷ ଜାଗର ଯାତ୍ରାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏସ୍‌ପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୩ ପ୍ଲାଟୁନ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ ହେବେ। ତନ୍ମଧ୍ୟରେ ଜଣେ ଅତିରିକ୍ତ ଏସ୍‌ପି, ୬ ଡିଏସ୍‌ପି, ୧୦ ଇନ୍ସପେକ୍ଟର, ୮୧ ଏସ୍‌ଆଇ ଏବଂ ଏଏସ୍‌ଆଇ, ୫ ଟ୍ରାଫିକ ପୋଲିସ, ୭୩ ଓଆର କନଷ୍ଟେବଳ, ୯ ହାବିଲଦାର ଏବଂ ୧୬୦ ହୋମଗାର୍ଡ ଅଛନ୍ତି। ପୋଲିସ କର୍ମଚାରୀ ଏବଂ ଅଧିକାରୀଙ୍କୁ ଗୁରୁବାର ପୀଠର ଦାୟିତ୍ୱ ବଣ୍ଟନ କରାଯିବ। ଅନ୍ୟପଟେ ଜାଗରଯାତ୍ରା ଉପଲକ୍ଷେ ଚଳିତବର୍ଷ ପୀଠ ପରିସରକୁ ପ୍ଲାଷ୍ଟିକ୍‌ ଏବଂ ପଲିବ୍ୟାଗ୍‌ ଆଣିବା ଉପରେ କଟକଣା ଲାଗିଛି। ଟ୍ରାଫିକ୍‌ ବ୍ୟବସ୍ଥା ନିୟନ୍ତ୍ରଣ ଲାଗି ସୁବନ୍ଦୋବସ୍ତ କରାଯାଇଛି। ଜାଗରଯାତ୍ରା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ଦିର, ପାର୍ଶ୍ୱ ମନ୍ଦିର, ରୋଷଘର, କପିଳାସ ପାହାଚରାସ୍ତା, ମୁଖଶାଳା, ମୁଖଶାଳା ନିକଟରେ ଥିବା ବୃଷଭ ସାଙ୍ଗରେ ନୂଆ ରଙ୍ଗ ଲାଗି ହୋଇଛି। ପ୍ରବେଶପଥକୁ ପରିଷ୍କାର ପରିଚ୍ଛନ୍ନ କରାଯିବା ସହ ବିଭିନ୍ନ ସ୍ଥାନରେ ସାଜସଜ୍ଜା କରାଯାଉଛି। ମନ୍ଦିର ପରିସରରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସିସିଟିଭି କ୍ୟାମେରା ଲଗାଯାଇଛି। ପୀଠ ନିକଟରେ ଏଲ୍‌ଇଡି ବ୍ୟବସ୍ଥା ହୋଇଛି। ଏହା ମାଧ୍ୟମରେ ଶ୍ରଦ୍ଧାଳୁମାନେ ସୁବିଧାରେ ଯାତ୍ରାର ମଜା ନେଇପାରିବେ। ଶୁକ୍ରବାର ମହାଶିବରାତ୍ରି ପଡୁଥିବାବେଳେ ଗୁରୁବାରଠାରୁ ପୀଠକୁ ଜନସମାଗମ ହେବେ। ଏଥିଲାଗି ସମସ୍ତ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ପୂର୍ବ ଶତୃତାରୁ ଛୁରାମାଡ଼, ଯୁବକ ଗୁରୁତର

ଭୁବନ ୧୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ରୋଡଙ୍ଗ ଗ୍ରାମର କୈଳାଶ ମଳିକଙ୍କ ପୁଅ ଚନ୍ଦନ ଭଳି (୧୯)ଙ୍କୁ ଶୁକ୍ରବାର ସନ୍ଧ୍ୟାରେ କେତେଜଣ…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri