Posted inଖେଳ

ସଞ୍ଜୁ ସାମସନ୍‌ଙ୍କ ବଦାନ୍ୟତା: ଗ୍ରାଉଣ୍ଡ୍ସମ୍ୟାନକୁ ଦେଲେ ଦେଢ଼ଲକ୍ଷ ଲକ୍ଷ ଟଙ୍କା

ଥିରୁଭାନନ୍ତପୁରମ, ୮।୯- ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ବିପକ୍ଷ ୫ମ ଅନ୍‌ଅଫିସିଆଲ ଦିନିକିଆ ମ୍ୟାଚ୍‌କୁ ୩୬ ରନରେ ଜିତିବା ସହ ଭାରତ-ଏ ସିରିଜକୁ ୪-୧ରେ ହାତେଇ ନେଇଛି। ଶୁକ୍ରବାର ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ୨୦ ଓଭର ବିଶିଷ୍ଟ ୫ ଦିନିକିଆରେ ମ୍ୟାଚ୍‌ରେ ଭାରତ-ଏ ପ୍ରଥମେ ବ୍ୟାଟିଂ କରି ୪ ଉଇକେଟ୍‌ ହରାଇ ୨୦୪ ରନ୍‌ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା-ଏ ୧୬୮ ରନରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ୪୮ ବଲରୁ ଦ୍ରୁତ ୯୧ ରନର ଇନିଂସ ଖେଳିଥିବା ଉଇକେଟ୍‌କିପର ସଞ୍ଜୁ ସାମସନ ଏହି ମ୍ୟାଚ୍‌ରେ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ପାଇଥିଲେ। ଦ୍ରୁତ ବ୍ୟାଟିଂ କରି ଦର୍ଶକଙ୍କ ମନୋରଞ୍ଜନ କରିଥିବା ୨୪ ବର୍ଷୀୟ କେରଳ କ୍ରିକେଟର୍‌ ସାମସନ ମ୍ୟାଚ୍‌ ପରେ ମଧ୍ୟ ଏମିତି କିଛି କାମ କରି ସମସ୍ତଙ୍କ ମନ ଜିଣିବାରେ ସଫଳ ହୋଇଛନ୍ତି। ସୂଚନା ମୁତାବକ ସାମସନ ସିରିଜରୁ ପ୍ରାପ୍ୟ କରିଥିବା ସମସ୍ତ ମ୍ୟାଚ୍‌ ପାଉଣାକୁ ଗ୍ରୀନ୍‌ଫିଲ୍ଡ ଷ୍ଟାଡିୟମର ଗ୍ରାଉଣ୍ଡ୍ସମ୍ୟାନଙ୍କୁ ଦାନ କରିଦେଇଛନ୍ତି। ୫ ମ୍ୟାଚ୍‌ବିଶିଷ୍ଟ ଏହି ସିରିଜର ସମସ୍ତ ମ୍ୟାଚ୍‌ ଏହି ଗ୍ରାଉଣ୍ଡରେ ଖେଳାଯାଇଥିଲା। ସିରିଜର ସମସ୍ତ ମ୍ୟାଚ୍‌ରେ ବର୍ଷା ବାଧକ ସାଜିଥିଲେ ମଧ୍ୟ ଗ୍ରାଉଣ୍ଡ୍ସମ୍ୟାନଙ୍କ କଠିନ ପରିଶ୍ରମ ଯୋଗୁ କୌଣସି ମ୍ୟାଚ୍‌ ବାତିଲ ହୋଇ ନ ଥିଲା। ଗ୍ରାଉଣ୍ଡ୍ସମ୍ୟାନଙ୍କୁ ପ୍ରଶଂସା କରିବା ସହିତ ସାମସନ ୧.୫ ଲକ୍ଷ ଟଙଙ୍କା ପ୍ରଦାନ କରିଥିଲେ। ସିରିଜରେ ପ୍ରତି ମ୍ୟାଚ୍‌ ପିଛା ଖେଳାଳିଙ୍କୁ ୭୫ ହଜାର ଟଙ୍କା ପାଉଣା ପ୍ରଦାନ କରାଯାଉଥିବାବେଳେ ସାମସନ ମାତ୍ର ୨ଟି ମ୍ୟାଚ୍‌ ଖେଳିବାର ସୁଯୋଗ ପାଇଥିଲେ। ‘ଆମେ ଗାଉଣ୍ଡ୍ସମ୍ୟାନଙ୍କୁ ସମସ୍ତ ଶ୍ରେୟ ଦେବା ଆବଶ୍ୟକ। ସେମାନଙ୍କ ଯୋଗୁ ହିଁ ଆମେ ଖେଳିପାରିଥିଲୁ। ଯଦି ପଡ଼ିଆରେ କିଛି ସ୍ଥାନ ଓଦାଳିଆ ରହିଥାନ୍ତା ତେବେ ମ୍ୟାଚ୍‌ ଅଫିସିଆଲ ଖେଳିବା ପାଇଁ ଅନୁମତି ଦେଇ ନ ଥାନ୍ତେ। ସେଥିପାଇଁ ମୋର ସମସ୍ତ ମ୍ୟାଚ୍‌ ପାଉଣା ଗ୍ରାଉଣ୍ଡ୍ସମ୍ୟାନଙ୍କୁ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଥିଲି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri