Posted inଜାତୀୟ

ସଞ୍ଜୟ କୋଠାରି ନୂଆ ସିଭିସି

ନୂଆଦିଲ୍ଲୀ,୨୬।୪ପି.ଟି.): ରାଷ୍ଟ୍ରପତିଙ୍କ ସଚିବ ଥିବା ସଞ୍ଜୟ କୋଠାରିଙ୍କୁ ଶନିବାର କେନ୍ଦ୍ରୀୟ ଭିଜିଲାନ୍ସ ଆୟୁକ୍ତ (ସିଭିସି) ନିଯୁକ୍ତ କରାଯାଇଛି। କେ.ସି. ଚୌଧ୍‌ରୀଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଗତବର୍ଷ ଜୁନ୍‌ରୁ କେନ୍ଦ୍ରୀୟ ଭିଜିଲାନ୍ସ ଆୟୋଗର ମୁଖ୍ୟ ପଦ ଖାଲି ପଡ଼ିଥିଲା। ଶନିବାର ପୂର୍ବାହ୍ନ ସାଢ଼େ ୧୦ଟାରେ ରାଷ୍ଟ୍ରପତି ଭବନ ପରିସରରେ ଆୟୋଜିତ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସିଭିସି ଭାବେ ସଞ୍ଜୟଙ୍କୁ ଶପଥ ପାଠ କରାଇଥିଲେ। ଏହି ଉତ୍ସବରେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ ଚୟନ କମିଟି ଫେବୃୟାରୀରେ ସଞ୍ଜୟଙ୍କ ନାମ ସିଭିସି ପଦବୀ ଲାଗି ସୁପାରିସ କରିଥିଲା। ସେତେବେଳେ କଂଗ୍ରେସ ଏହାର ବିରୋଧ କରିଥିଲା। ସିଭିସି ନିଯୁକ୍ତି ଲାଗି ନିଆଯାଇଥିବା ପଦକ୍ଷେପ ବେଆଇନ ଓ ଅସାମ୍ବିଧାନିକ ବୋଲି କହି କଂଗ୍ରେସ ଉକ୍ତ ନିଷ୍ପତ୍ତିକୁ ତୁରନ୍ତ ବାତିଲ କରିବା ଲାଗି ଦାବି କରିଥିଲା। ଏହା ସତ୍ତ୍ୱେ ସରକାର ସଞ୍ଜୟଙ୍କୁ ସିଭିସି ନିଯୁକ୍ତ କରିଥିବାରୁ ଏହାକୁ ନେଇ ଶାସକ ଓ ବିରୋଧୀ ଦଳ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ହୋଇପାରେ।
୧୯୭୮ ବ୍ୟାଚ୍‌ର ହରିୟାଣା କ୍ୟାଡର ଆଇଏଏସ୍‌ ଅଫିସର ସଞ୍ଜୟ ୨୦୧୬ ଜୁନ୍‌ରେ କାର୍ମିକ ଓ ତାଲିମ ବିଭାଗ ସଚିବ ଭାବେ ଅବସର ନେଇଥିଲେ। ସେହିବର୍ଷ ନଭେମ୍ବରରେ ତାଙ୍କୁ ପବ୍ଲିକ୍‌ ଏଣ୍ଟରପ୍ରାଇଜେସ୍‌ ସିଲେକ୍ସନ ବୋର୍ଡ ମୁଖ୍ୟ ଭାବେ ନିଯୁକ୍ତି ଦିଆଯାଇଥିଲା। ୨୦୧୭ ଜୁଲାଇରେ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସଚିବ ନିଯୁକ୍ତ ହୋଇଥିଲେ। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ସ୍ବରାଷ୍ଟ୍ରମନ୍ତ୍ରୀ ଓ ଲୋକ ସଭାରେ ବିରୋଧୀ ଦଳ ନେତାଙ୍କୁ ନେଇ ଗଠିତ ଚୟନ କମିଟିର ସୁପାରିସ କ୍ରମେ ରାଷ୍ଟ୍ରପତି ସିଭିସିଙ୍କୁ ନିଯୁକ୍ତି ଦେଇଥାନ୍ତି। ସିଭିସିଙ୍କ କାର୍ଯ୍ୟକାଳ ୪ ବର୍ଷ କିମ୍ବା ତାଙ୍କୁ ୬୫ ବର୍ଷ ବୟସ ହେବା ପର୍ଯ୍ୟନ୍ତ ରହିଥାଏ। ସେହି ଅନୁଯାୟୀ ସଞ୍ଜୟ ଆସନ୍ତା ବର୍ଷ ଜୁନ୍‌ ପର୍ଯ୍ୟନ୍ତ ଏହି ପଦବୀରେ ରହିବେ। ଇତିମଧ୍ୟରେ କପିଲଦେବ ତ୍ରିପାଠୀଙ୍କୁ ରାଷ୍ଟ୍ରପତିଙ୍କ ସଚିବ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri