ସଞ୍ଜୟ ସାହୁଙ୍କୁ ବେଷ୍ଟ ପିଆର୍‌ଓ ଆଓ୍ବାର୍ଡ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପବ୍ଲିକ ରିଲେସନ୍ସ ଏବଂ କର୍ପୋରେଟ କମ୍ୟୁନିକେଶନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଲାଗି ସଞ୍ଜୟ କୁମାର ସାହୁଙ୍କୁ ବେଷ୍ଟ ପବ୍ଲିକ ରିଲେସନ୍ସ ଅଫିସର(ପିଆର୍‌ଓ) ଆଓ୍ବାର୍ଡ-୨୦୧୯ ପ୍ରଦାନ କରାଯାଇଛି। ନ୍ୟାଶନାଲ ଜର୍ନାଲିଷ୍ଟ ଓ୍ବେଲଫେୟାର ବୋର୍ଡ ପକ୍ଷରୁ ଭୁବନେଶ୍ୱରଠାରେ ଅନୁଷ୍ଠିତ ଜାତୀୟ ପ୍ରେସ ଦିବସରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କଠାରୁ ସେ ଏହି ପୁରସ୍କାର ଗ୍ରହଣ କରିଥିଲେ। ସଞ୍ଜୟ ସାହୁ ବର୍ତ୍ତମାନ ଜିନ୍ଦଲ ଷ୍ଟିଲ ଏବଂ ପାଓ୍ବାର ଲିମିଟେଡରେ କର୍ପୋରେଟ କମ୍ୟୁନିକେଶନ ବିଭାଗରେ ଆସିଷ୍ଟାଣ୍ଟ ଜେନେରାଲ ମ୍ୟାନେଜର ଭାବେ ଅବସ୍ଥାପିତ ଅଛନ୍ତି। ପବ୍ଲିକ ରିଲେସନ୍ସ ମ୍ୟାନେଜମେଣ୍ଟ କ୍ଷେତ୍ରରେ ସେ ଗତ ୧୫ ବର୍ଷ ହେବ କାର୍ଯ୍ୟରତ ଅଛନ୍ତି। ଏହି କ୍ଷେତ୍ରରେ ବିଭିନ୍ନ ନୂତନତ୍ୱ ଏବଂ କୌଶଳ ଆଣିଛନ୍ତି। ଗଣଯୋଗାଯୋଗ ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଛି। ସେ ଢେଙ୍କାନାଳସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ୍‌ ମାସ୍‌ କମ୍ୟୁନିକେଶନ ଆଣ୍ଡ ଜର୍ନାଲିଜମର ଆଲୁମନି। ପବ୍ଲିକ ରିଲେସନ୍ସ ସୋସାଇଟି ଅଫ୍‌ ଇଣ୍ଡିଆ (ପିଆର୍‌ଏସ୍‌ଆଇ) ଭୁବନେଶ୍ୱର ଚାପ୍ଟରର ସେ ପ୍ରତିଷ୍ଠାତା ସମ୍ପାଦକ ଏବଂ ଆଇଆଇଏମ୍‌ସି ଆଲୁମୁନି ଆସୋସିଏଶନ ସଭାପତି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri