ସଞ୍ଜ ନଇଁଲେ ଅନ୍ଧାରର ରାଜୁତି

ବାଲେଶ୍ୱର ଅଫିସ, ୧୩ା୬(ମାନସ ବିଶ୍ୱାଳ)-ବାଲେଶ୍ୱର ସଦର ବ୍ଲକ ପରୀଖି ପଞ୍ଚାୟତ କୁଡ଼ିପାହି ଗ୍ରାମରେ ବସବାସ କରୁଥିବା ୪୦ରୁ ଊର୍ଦ୍ଧ୍ୱ ଗରିବ ପରିବାର ଏଯାଏ ବିଦ୍ୟୁତ୍‌ ଆଲୋକ ଦେଖିନାହାନ୍ତି। ସଞ୍ଜ ନଇଁଲେ ସେଠାରେ ରାଜୁତି କରୁଛି ଅନ୍ଧାର। ନିର୍ବାଚନ ସମୟ ଆସିଲେ ରାଜନେତାମାନେ ପକ୍କାରାସ୍ତା ସହ ବିଦ୍ୟୁତ୍‌ ସଂଯୋଗ କରାଇ ଦେବାର ପ୍ରତିଶ୍ରୁତି ଦେଇ ଭୋଟ ହାତେଇ ନେଉଛନ୍ତି। ଏହି ଗ୍ରାମରେ ଏକ ପ୍ରାଥମିକ ବିଦ୍ୟାଳୟ ରହିଛି। ସବୁଆଡ଼େ ପିଲାମାନେ ବିଜୁଳି ବତି ତଳେ ପାଠ ପଢୁଥିବା ବେଳେ ଏଠି ପିଲାମାନେ ଡିବିରି ଲଗାଇ ପାଠ ପଢ଼ନ୍ତି। ଗ୍ରୀଷ୍ମ ଋତୁରେ ତାପମାତ୍ରା ୪୨ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଉଥିବାରୁ ବୟସ୍କଙ୍କଠାରୁ ଆରମ୍ଭ କରି ଶିଶୁ ସଭିଏ ପ୍ରବଳ ଗରମରେ ଦହଗଞ୍ଜ ହେଉଛନ୍ତି। ଗଁ।କୁ ବିଦ୍ୟୁତ୍‌ ସଂଯୋଗ ନ ହେଲେ ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦିଆଯିବ ବୋଲି ଗ୍ରାମବାସୀ ପାର୍ବତୀ ସିଂ ଓ ପୀତାମ୍ବର ଦାସ ପ୍ରମୁଖ ଚେତାବନୀ ଦେଇଛନ୍ତି।
ବଳରାମଗଡ଼ି ନିକଟବର୍ତ୍ତୀ ୧୦ନଂ. ୱାର୍ଡର ଲୋକମାନେ ଦିନମଜୁରି ଲାଗି ପେଟ ପୋଷନ୍ତି। ଗାଁକୁ ଭଲ ରାସ୍ତା ନାହିଁ। ସାମାନ୍ୟ ବର୍ଷା ହେଲେ ଲୋକେ ବିଲ ଦେଇ ପରୀଖି ବଜାରକୁ ଯାତାୟାତ କରିଥାନ୍ତି। ଦୀର୍ଘବର୍ଷ ଧରି ଗାଁକୁ ପକ୍କାରାସ୍ତା ଓ ବିଦ୍ୟୁତ୍‌ ସଂଯୋଗ ପାଇଁ ଗ୍ରାମବାସୀ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀଙ୍କଠାରୁ ଆରମ୍ଭ କରି ନିର୍ବାହୀଯନ୍ତ୍ରୀଙ୍କ ନିକଟରେ ଦାବିପତ୍ର ଦେଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନାହିଁ। ଦୁଇବର୍ଷ ତଳେ ତତ୍କାଳୀନ ବିଧାୟକ ଜୀବନପ୍ରଦୀପ ଦାଶଙ୍କ ଉଦ୍ୟମ କ୍ରମେ ସୌଭାଗ୍ୟ ଯୋଜନାରେ ଏହି ୱାର୍ଡକୁ ବିଦ୍ୟୁତ୍‌ ସଂଯୋଗ ପାଇଁ ନେସ୍କୋ ପକ୍ଷରୁ ଖୁଣ୍ଟ ପୋତାଯାଇଥିଲା। ଏହାପରଠାରୁ ଆଉ କାମ ଆଗେଇ ପାରି ନାହିଁ। କେନ୍ଦ୍ର ସରକାର ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ଯୋଗାଇବାର ବ୍ୟବସ୍ଥା କରାଇଥିଲେ ମଧ୍ୟ ଲୋକେ ଏଯାଏ ବିଜୁଳି ପାରିପାରି ନାହାନ୍ତି। ଗତ ମେ’ ୩୧ ତାରିଖରେ ପରୀଖି ସରପଞ୍ଚ କବିତା ପାତ୍ର ନେସ୍କୋର ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି ଲେଖି ତୁରନ୍ତ ତାର ସଂଯୋଗ କରିବା ପାଇଁ ଅନୁରୋଧ କରିଥିଲେ। ୭ ଦିନ ମଧ୍ୟରେ ତାର ଟଣା ହୋଇ ବିଦ୍ୟୁତ୍‌ ସଂଯୋଗ ଦିଆଯିବ ବୋଲି ଅଧୀକ୍ଷଣ ଯନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ଇତିମଧ୍ୟରେ ୧ମାସ ବିତିଯାଇଥିଲେ ମଧ୍ୟ କୌଣସି କାମ ଠିକାଦାର ଆରମ୍ଭ କରି ନ ଥିବା ଅଭିଯୋଗ କରିଛନ୍ତି।
ବିଧାୟକଙ୍କ ପ୍ରତିନିଧି ଗୌରାଙ୍ଗ ଦାସ ନେସ୍କୋର ଅଧୀକ୍ଷଣ ଯନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଆଗାମୀ ୧୫ଦିନ ମଧ୍ୟରେ ତାର ଟଣାଯାଇ ବିଦ୍ୟୁତ୍‌ ସଂଯୋଗ କରାଯିବ ବୋଲି ଦାସ ପ୍ରତିଶ୍ରୁତି ଦେଇଛନ୍ତି।
ଏ ସମ୍ପର୍କରେ ନେସ୍କୋର ଅଧୀକ୍ଷଣ ଯନ୍ତ୍ରୀ ବ୍ରଜସୁନ୍ଦର ପରିଡ଼ା କୁହନ୍ତି, ଉକ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସଂଯୋଗ ପାଇଁ ହୋଇଥିବା ପ୍ରକଳ୍ପ ଅଟକଳ କାର୍ଯ୍ୟକାରୀ ସମୟରେ ଅଧିକ ଅର୍ଥ ଆବଶ୍ୟକ ଥିବାରୁ ପୁନର୍ବାର ପ୍ରକଳ୍ପ ପରିବର୍ତ୍ତନ ହେବାକୁ ସମୟ ଲାଗିଥିଲା। ପରେ ୨୦୧୯ ନିର୍ବାଚନ, ମହାମାରୀ କରୋନା ଏବଂ ଅମ୍ଫନ ବାତ୍ୟା ପାଇଁ କାର୍ଯ୍ୟ ବିଳମ୍ବ ହୋଇଛି। ଖୁବ୍‌ଶୀଘ୍ର କାମ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri