ସଟ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରି ୯ ଗିରଫ

ଭଦ୍ରକ ଅଫିସ,୪।୪: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଥିବା ବେଳେ ଦିନକୁ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ଓ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶୁକ୍ରବାର ଭୁବନେଶ୍ୱର, କଟକ ଓ ଭଦ୍ରକରେ ୪୮ ଘଣ୍ଟା ପାଇଁ ସଟ୍‌ଡାଉନ୍‌ ଘୋଷଣା କରିଥିଲେ। ଇତିମଧ୍ୟରେ ଭଦ୍ରକରେ ସଟ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରି ୯ଜଣ ଗିରଫ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ସକାଳେ ଭଦ୍ରକ ଟାଉନରେ ୯ଜଣ ବ୍ୟକ୍ତି ରାସ୍ତାରେ ବୁଲୁଥିବା ବେଳେ ନିୟମ ଉଲ୍ଲଂଘନ ଅଭିଯୋଗରେ ପୋଲିସ ସେମାନଙ୍କୁ ଗିରଫ କରିଛି। ସୂଚନା ମୁତାବକ ଭଦ୍ରକରେ କରୋନା ରୋଗୀଙ୍କ ସଂଖ୍ୟା ୩ରେ ପହଞ୍ଚିଥିବା ବେଳେ ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ୪୮ ଘଣ୍ଟିଆ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି।